Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 10

ପ୍ରେରିତ 10:37-44

Help us?
Click on verse(s) to share them!
37ଆପଣମାନେ ଜାଣନ୍ତି ଯେ ବାପ୍ତିଜକ ଯୋହନଙ୍କ ସମୟରୁ ସେହି ସୁସମ୍ବାଦ ଗାଲିଲୀରୁ ଆରମ୍ଭ କରି ସମଗ୍ର ଯିହୂଦା ରେ ପ୍ରଚାରିତ ହୋଇଅଛି,
38ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ ।
39ପୁଣି, ସେ ଯିହୂଦୀମାନଙ୍କ ଦେଶ ଓ ଯିରୂଶାଲମରେ ଯାହା ଯାହା ସାଧନ କଲେ, ଆମ୍ଭେମାନେ ସେହି ସମସ୍ତର ସାକ୍ଷୀ; ତାହାଙ୍କୁ ସେମାନେ କ୍ରୁଶରେ ଟଙ୍ଗାଇ ବଧ କଲେ ।
40ତାହାଙ୍କୁ ଈଶ୍ୱର ତୃତୀୟ ଦିବସରେ ଉଠାଇ ପ୍ରତ୍ୟକ୍ଷ ହେବାକୁ ଦେଲେ;
41ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଈଶ୍ୱରଙ୍କ ଦ୍ୱାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ । ସେ ମୃତମାନଙ୍କ ମଧ୍ୟରୁ ଉଠିଲା ପରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ,
42ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି, ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ୱର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ ।
43ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି ।
44ପିତର ଏହି ସବୁ କଥା କହୁଥିବା ସମୟରେ ଯେତେ ଲୋକ ବାକ୍ୟ ଶୁଣୁଥିଲେ, ସେହି ସମସ୍ତଙ୍କ ଉପରେ ପବିତ୍ର ଆତ୍ମା ଅବତରଣ କଲେ ।

Read ପ୍ରେରିତ 10ପ୍ରେରିତ 10
Compare ପ୍ରେରିତ 10:37-44ପ୍ରେରିତ 10:37-44