Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 10

ପ୍ରେରିତ 10:38-46

Help us?
Click on verse(s) to share them!
38ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ ।
39ପୁଣି, ସେ ଯିହୂଦୀମାନଙ୍କ ଦେଶ ଓ ଯିରୂଶାଲମରେ ଯାହା ଯାହା ସାଧନ କଲେ, ଆମ୍ଭେମାନେ ସେହି ସମସ୍ତର ସାକ୍ଷୀ; ତାହାଙ୍କୁ ସେମାନେ କ୍ରୁଶରେ ଟଙ୍ଗାଇ ବଧ କଲେ ।
40ତାହାଙ୍କୁ ଈଶ୍ୱର ତୃତୀୟ ଦିବସରେ ଉଠାଇ ପ୍ରତ୍ୟକ୍ଷ ହେବାକୁ ଦେଲେ;
41ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଈଶ୍ୱରଙ୍କ ଦ୍ୱାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ । ସେ ମୃତମାନଙ୍କ ମଧ୍ୟରୁ ଉଠିଲା ପରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ,
42ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି, ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ୱର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ ।
43ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି ।
44ପିତର ଏହି ସବୁ କଥା କହୁଥିବା ସମୟରେ ଯେତେ ଲୋକ ବାକ୍ୟ ଶୁଣୁଥିଲେ, ସେହି ସମସ୍ତଙ୍କ ଉପରେ ପବିତ୍ର ଆତ୍ମା ଅବତରଣ କଲେ ।
45ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତ ବିଶ୍ୱାସୀମାନେ ସମସ୍ତେ ଅଣଯିହୂଦୀମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଭିତ ହେଲେ;
46କାରଣ ସେମାନେ ସେମାନଙ୍କୁ ବିଭିନ୍ନ ଭାଷାରେ କଥା କହୁଥିବା ଓ ଈଶ୍ୱରଙ୍କ ପ୍ରଶଂସା କରୁଥିବା ଶୁଣୁଥିଲେ ।

Read ପ୍ରେରିତ 10ପ୍ରେରିତ 10
Compare ପ୍ରେରିତ 10:38-46ପ୍ରେରିତ 10:38-46