Text copied!
Bibles in Odia

ପ୍ରେରିତ 10:7-22 in Odia

Help us?

ପ୍ରେରିତ 10:7-22 in ଓଡିଆ ବାଇବେଲ

7 ତାହାଙ୍କ ସାଙ୍ଗରେ କଥା କହୁଥିବା ଦୂତ ଗଲା ପରେ ସେ ଆପଣା ଗୃହର ଦାସମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ, ପୁଣି, ତାହାଙ୍କର ସେବା କରୁଥିବା ସୈନ୍ୟମାନଙ୍କ ମଧ୍ୟରୁ ଜଣେ ଭକ୍ତ ସୈନ୍ୟକୁ ଡାକିଲେ,
8 ଆଉ ସେମାନଙ୍କୁ ସମସ୍ତ କଥା ବୁଝାଇ ଯାଫୋକୁ ପଠାଇଲେ ।
9 ପରଦିନ ସେମାନେ ଯାଉ ଯାଉ ଯେତେବେଳେ ସେହି ନଗରର ନିକଟବର୍ତ୍ତୀ ହେଲେ, ସେତେବେଳେ ପିତର ପ୍ରାୟ ଦିନ ବାର ଘଣ୍ଟା ସମୟରେ ପ୍ରାର୍ଥନା କରିବା ନିମନ୍ତେ ଛାତ ଉପରକୁ ଗଲେ,
10 ଆଉ ସେ କ୍ଷୁଧିତ ହୋଇ ଖାଇବାକୁ ଇଚ୍ଛା କଲେ, କିନ୍ତୁ ସେମାନେ ଖାଦ୍ୟ ପ୍ରସ୍ତୁତ କରୁଥିବା ସମୟରେ ସେ ମୂର୍ଚ୍ଛିତ ହୋଇ ଦର୍ଶନ ଦେଖିଲେ,
11 ଆକାଶ ଖୋଲା ହୋଇଅଛି, ପୁଣି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ପୃଥିବୀ ଉପରକୁ ଖସାଇ ଦିଆଯାଉଅଛି;
12 ସେଥିରେ ପୃଥିବୀର ସବୁପ୍ରକାର ଚାରିଗୋଡିଆ ପ୍ରାଣୀ, ସରୀସୃପ ଓ ଆକାଶର ପକ୍ଷୀଗୁଡ଼ିକ ଅଛନ୍ତି ।
13 ଆଉ, ତାହାଙ୍କ ପ୍ରତି ଏହି ବାଣୀ ହେଲା, ହେ ପିତର, ଉଠ, ବଧ କରି ଖାଅ ।
14 କିନ୍ତୁ ପିତର କହିଲେ, ନାହିଁ, ପ୍ରଭୁ, ମୁଁ କେବେହେଲେ କୌଣସି ଅପବିତ୍ର ଓ ଅଶୁଚି ପଦାର୍ଥ ଖାଇ ନାହିଁ ।
15 ପୁଣି, ଦ୍ୱିତୀୟ ଥର ତାହାଙ୍କ ପ୍ରତି ଏହି ବାଣୀ ହେଲା, ଈଶ୍ୱର ଯାହା ଶୁଚି କରିଅଛନ୍ତି, ତାହା ତୁମ୍ଭେ ଅଶୁଚି ବୋଲି ନ କୁହ ।
16 ଏହି ପ୍ରକାର ତିନି ଥର ହେଲା, ଆଉ ସଙ୍ଗେ ସଙ୍ଗେ ସେହି ପାତ୍ରଟି ଆକାଶକୁ ଉଠାଇ ନିଆଗଲା ।
17 ପିତର ଯେଉଁ ଦର୍ଶନ ପାଇଥିଲେ, ସେଥିର ଅର୍ଥ କ'ଣ, ତାହା ଭାବି ସେ ଅବାକ୍ ହେଉଥିବା ସମୟରେ, ଦେଖ, କର୍ଣ୍ଣିଲୀୟଙ୍କ ପ୍ରେରିତ ଲୋକମାନେ ଶିମୋନଙ୍କ ଗୃହର ଅନୁସନ୍ଧାନ କରି ଦ୍ୱାର ନିକଟରେ ଠିଆ ହୋଇ,
18 ପିତର ଉପନାମପ୍ରାପ୍ତ ଶିମୋନ ସେଠାରେ ଅତିଥି ସ୍ୱରୂପେ ବାସ କରୁଅଛନ୍ତି କି ନାହିଁ, ତାହା ଡାକି ପଚାରିଲେ ।
19 ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାହାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି ।
20 ଉଠ, ତଳକୁ ଯାଇ କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯାଅ, କାରଣ ଆମ୍ଭେ ସେମାନଙ୍କୁ ପଠାଇଅଛୁ ।
21 ସେଥିରେ ପିତର ସେହି ଲୋକମାନଙ୍କ ନିକଟକୁ ଓହ୍ଲାଇ ଆସି କହିଲେ, ଦେଖ, ତୁମ୍ଭେମାନେ ଯାହାକୁ ଖୋଜୁଅଛ, ମୁଁ ସେହି । ତୁମ୍ଭମାନଙ୍କ ଆସିବାର କାରଣ କ'ଣ ?
22 ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ୱରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୂଦୀ ଜାତିଙ୍କ ନିକଟରେ ସୁଖ୍ୟାତି ପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ୱାରା ପ୍ରତ୍ୟାଦେଶ ପାଇଅଛନ୍ତି ।
ପ୍ରେରିତ 10 in ଓଡିଆ ବାଇବେଲ