Text copied!
Bibles in Odia

ପ୍ରେରିତ 10:8-20 in Odia

Help us?

ପ୍ରେରିତ 10:8-20 in ଓଡିଆ ବାଇବେଲ

8 ଆଉ ସେମାନଙ୍କୁ ସମସ୍ତ କଥା ବୁଝାଇ ଯାଫୋକୁ ପଠାଇଲେ ।
9 ପରଦିନ ସେମାନେ ଯାଉ ଯାଉ ଯେତେବେଳେ ସେହି ନଗରର ନିକଟବର୍ତ୍ତୀ ହେଲେ, ସେତେବେଳେ ପିତର ପ୍ରାୟ ଦିନ ବାର ଘଣ୍ଟା ସମୟରେ ପ୍ରାର୍ଥନା କରିବା ନିମନ୍ତେ ଛାତ ଉପରକୁ ଗଲେ,
10 ଆଉ ସେ କ୍ଷୁଧିତ ହୋଇ ଖାଇବାକୁ ଇଚ୍ଛା କଲେ, କିନ୍ତୁ ସେମାନେ ଖାଦ୍ୟ ପ୍ରସ୍ତୁତ କରୁଥିବା ସମୟରେ ସେ ମୂର୍ଚ୍ଛିତ ହୋଇ ଦର୍ଶନ ଦେଖିଲେ,
11 ଆକାଶ ଖୋଲା ହୋଇଅଛି, ପୁଣି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ପୃଥିବୀ ଉପରକୁ ଖସାଇ ଦିଆଯାଉଅଛି;
12 ସେଥିରେ ପୃଥିବୀର ସବୁପ୍ରକାର ଚାରିଗୋଡିଆ ପ୍ରାଣୀ, ସରୀସୃପ ଓ ଆକାଶର ପକ୍ଷୀଗୁଡ଼ିକ ଅଛନ୍ତି ।
13 ଆଉ, ତାହାଙ୍କ ପ୍ରତି ଏହି ବାଣୀ ହେଲା, ହେ ପିତର, ଉଠ, ବଧ କରି ଖାଅ ।
14 କିନ୍ତୁ ପିତର କହିଲେ, ନାହିଁ, ପ୍ରଭୁ, ମୁଁ କେବେହେଲେ କୌଣସି ଅପବିତ୍ର ଓ ଅଶୁଚି ପଦାର୍ଥ ଖାଇ ନାହିଁ ।
15 ପୁଣି, ଦ୍ୱିତୀୟ ଥର ତାହାଙ୍କ ପ୍ରତି ଏହି ବାଣୀ ହେଲା, ଈଶ୍ୱର ଯାହା ଶୁଚି କରିଅଛନ୍ତି, ତାହା ତୁମ୍ଭେ ଅଶୁଚି ବୋଲି ନ କୁହ ।
16 ଏହି ପ୍ରକାର ତିନି ଥର ହେଲା, ଆଉ ସଙ୍ଗେ ସଙ୍ଗେ ସେହି ପାତ୍ରଟି ଆକାଶକୁ ଉଠାଇ ନିଆଗଲା ।
17 ପିତର ଯେଉଁ ଦର୍ଶନ ପାଇଥିଲେ, ସେଥିର ଅର୍ଥ କ'ଣ, ତାହା ଭାବି ସେ ଅବାକ୍ ହେଉଥିବା ସମୟରେ, ଦେଖ, କର୍ଣ୍ଣିଲୀୟଙ୍କ ପ୍ରେରିତ ଲୋକମାନେ ଶିମୋନଙ୍କ ଗୃହର ଅନୁସନ୍ଧାନ କରି ଦ୍ୱାର ନିକଟରେ ଠିଆ ହୋଇ,
18 ପିତର ଉପନାମପ୍ରାପ୍ତ ଶିମୋନ ସେଠାରେ ଅତିଥି ସ୍ୱରୂପେ ବାସ କରୁଅଛନ୍ତି କି ନାହିଁ, ତାହା ଡାକି ପଚାରିଲେ ।
19 ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାହାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି ।
20 ଉଠ, ତଳକୁ ଯାଇ କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯାଅ, କାରଣ ଆମ୍ଭେ ସେମାନଙ୍କୁ ପଠାଇଅଛୁ ।
ପ୍ରେରିତ 10 in ଓଡିଆ ବାଇବେଲ