Text copied!
Bibles in Odia

ପ୍ରେରିତ 11:17-21 in Odia

Help us?

ପ୍ରେରିତ 11:17-21 in ଓଡିଆ ବାଇବେଲ

17 ଅତଏବ, ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ସମୟରେ ଈଶ୍ୱର ଯେପରି ଆମ୍ଭମାନଙ୍କୁ ଦାନ ଦେଇଥିଲେ, ସେହିପରି ଯେବେ ସେମାନଙ୍କୁ ସୁଦ୍ଧା ସମାନ ଦାନ ଦେଲେ, ମୁଁ କିଏ ଯେ ଈଶ୍ୱରଙ୍କୁ ପ୍ରତିରୋଧ କରି ପାରିଥାନ୍ତି ?
18 ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ୱରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ୱର ଅଣଯିହୂଦୀମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ ପରିବର୍ତ୍ତନ ଦାନ କରିଅଛନ୍ତି ।
19 ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନିକିଆ, ସାଇପ୍ରସ୍ ଓ ଆନ୍ତିୟଖିଆ ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୂଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ ।
20 କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ସାଇପ୍ରସ୍ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍‌ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ ।
21 ଆଉ ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି, ଅନେକ ଅନେକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ଫେରିଲେ ।
ପ୍ରେରିତ 11 in ଓଡିଆ ବାଇବେଲ