Text copied!
Bibles in Odia

ପ୍ରେରିତ 11:22-26 in Odia

Help us?

ପ୍ରେରିତ 11:22-26 in ଓଡିଆ ବାଇବେଲ

22 ସେମାନଙ୍କ ବିଷୟକ ସମ୍ବାଦ ଯିରୂଶାଲମସ୍ଥ ମଣ୍ଡଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବ୍ବାଙ୍କୁ ପ୍ରେରଣ କଲେ ।
23 ସେ ଉପସ୍ଥିତ ହୋଇ ଈଶ୍ୱରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;
24 କାରଣ ସେ ଜଣେ ଉତ୍ତମ ବ୍ୟକ୍ତି, ପୁଣି, ପବିତ୍ର ଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଥିଲେ । ଏହି ପ୍ରକାରେ ଅନେକ ଅନେକ ଲୋକ ପ୍ରଭୁଙ୍କଠାରେ ସଂଯୁକ୍ତ ହେଲେ ।
25 ପରେ ସେ ଶାଉଲଙ୍କୁ ଖୋଜିବା ପାଇଁ ତାର୍ଷକୁ ବାହାରିଗଲେ,
26 ପୁଣି, ସେ ତାହାଙ୍କୁ ପାଇ ଆନ୍ତିୟଖିଆକୁ ଘେନି ଆସିଲେ । ସେମାନେ ସମ୍ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ଡଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି, ଆନ୍ତିୟଖିଆରେ ଶିଷ୍ୟମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ନାମିତ ହେଲେ ।
ପ୍ରେରିତ 11 in ଓଡିଆ ବାଇବେଲ