Text copied!
Bibles in Odia

ପ୍ରେରିତ 11:6-10 in Odia

Help us?

ପ୍ରେରିତ 11:6-10 in ଓଡିଆ ବାଇବେଲ

6 ଆଉ ତାହା ମୋ ପର୍ଯ୍ୟନ୍ତ ଆସିଲା; ମୁଁ ତାହା ପ୍ରତି ଏକଦୃଷ୍ଟିରେ ଚାହିଁ ଚିନ୍ତା କରିବାକୁ ଲାଗିଲି ଓ ସେଥିରେ ପୃଥିବୀର ଚାରିଗୋଡ଼ିଆ ପ୍ରାଣୀ, ବନ୍ୟପଶୁ, ସରୀସୃପ ଓ ଆକାଶର ପକ୍ଷୀସବୁ ଦେଖିଲି,
7 ପୁଣି, ମୋତେ କୁହାଯାଉଥିବା ଗୋଟିଏ ବାଣୀ ମଧ୍ୟ ମୁଁ ଶୁଣିଲି, ହେ ପିତର, ଉଠ, ବଧ କରି ଭୋଜନ କର ।
8 କିନ୍ତୁ ମୁଁ କହିଲି, ନାହିଁ, ପ୍ରଭୁ ଅପବିତ୍ର କି ଅଶୁଚି ବସ୍ତୁ ମୋହର ମୁଖରେ କେବେହେଲେ ପ୍ରବେଶ କରି ନାହିଁ ।
9 କିନ୍ତୁ ଦ୍ୱିତୀୟ ଥର ଆକାଶରୁ ଗୋଟିଏ ସ୍ୱର ଉତ୍ତର ଦେଲା, ଈଶ୍ୱର ଯାହା ଶୁଚି କରିଅଛନ୍ତି, ତୁମ୍ଭେ ତାହା ଅଶୁଚି ବୋଲି ନ କୁହ ।
10 ଏହି ପ୍ରକାରେ ତିନି ଥର ହେଲା, ପରେ ସମସ୍ତ ପୁନର୍ବାର ଆକାଶକୁ ନିଆଗଲା ।
ପ୍ରେରିତ 11 in ଓଡିଆ ବାଇବେଲ