Text copied!
Bibles in Odia

ପ୍ରେରିତ 11:7-15 in Odia

Help us?

ପ୍ରେରିତ 11:7-15 in ଓଡିଆ ବାଇବେଲ

7 ପୁଣି, ମୋତେ କୁହାଯାଉଥିବା ଗୋଟିଏ ବାଣୀ ମଧ୍ୟ ମୁଁ ଶୁଣିଲି, ହେ ପିତର, ଉଠ, ବଧ କରି ଭୋଜନ କର ।
8 କିନ୍ତୁ ମୁଁ କହିଲି, ନାହିଁ, ପ୍ରଭୁ ଅପବିତ୍ର କି ଅଶୁଚି ବସ୍ତୁ ମୋହର ମୁଖରେ କେବେହେଲେ ପ୍ରବେଶ କରି ନାହିଁ ।
9 କିନ୍ତୁ ଦ୍ୱିତୀୟ ଥର ଆକାଶରୁ ଗୋଟିଏ ସ୍ୱର ଉତ୍ତର ଦେଲା, ଈଶ୍ୱର ଯାହା ଶୁଚି କରିଅଛନ୍ତି, ତୁମ୍ଭେ ତାହା ଅଶୁଚି ବୋଲି ନ କୁହ ।
10 ଏହି ପ୍ରକାରେ ତିନି ଥର ହେଲା, ପରେ ସମସ୍ତ ପୁନର୍ବାର ଆକାଶକୁ ନିଆଗଲା ।
11 ପୁଣି, ଦେଖନ୍ତୁ, ସେହିକ୍ଷଣି ତିନି ଜଣ ଲୋକ, ଆମ୍ଭେମାନେ ଯେଉଁ ଗୃହରେ ଥିଲୁ, ସେଥିର ସମ୍ମୁଖରେ ଆସି ଠିଆ ହେଲେ, ସେମାନେ କାଇସରିୟାରୁ ମୋ ନିକଟକୁ ପ୍ରେରିତ ହୋଇଥିଲେ ।
12 ପୁଣି, କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯିବା ନିମନ୍ତେ ଆତ୍ମା ମୋତେ କହିଲେ । ଆଉ, ଏହି ଛଅ ଜଣ ଭାଇ ମଧ୍ୟ ମୋ ସାଙ୍ଗରେ ଗଲେ, ପୁଣି, ଆମ୍ଭେମାନେ ସେହି ବ୍ୟକ୍ତିଙ୍କ ଗୃହରେ ପ୍ରବେଶ କଲୁ ।
13 ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାହାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ;
14 ଯେ ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେ ଓ ତୁମ୍ଭର ସମସ୍ତ ପରିବାର ପରିତ୍ରାଣ ପାଇବ, ସେ ତୁମ୍ଭକୁ ସେହି ସବୁ କହିବେ ।
15 ପରେ ମୁଁ କଥା କହିବାକୁ ଆରମ୍ଭ କରିବା ସମୟରେ ପବିତ୍ର ଆତ୍ମା ପ୍ରଥମରେ ଆମ୍ଭମାନଙ୍କ ଉପରେ ଅବତରଣ କଲାପରି ସେମାନଙ୍କ ଉପରେ ସୁଦ୍ଧା ଅବତରଣ କଲେ ।
ପ୍ରେରିତ 11 in ଓଡିଆ ବାଇବେଲ