13ସେ ବାହାର ଦ୍ୱାରରେ ଆଘାତ କରନ୍ତେ ରୋଦା ନାମକ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା ।
14ସେ ପିତରଙ୍କର ସ୍ୱର ବାରି ଆନନ୍ଦ ସକାଶେ ଦ୍ୱାର ନ ଫିଟାଇ ଭିତରକୁ ଦୌଡ଼ିଯାଇ, ଦ୍ୱାର ପାଖରେ ପିତର ଠିଆ ହୋଇଅଛନ୍ତି ବୋଲି କହିଲା ।
15ସେମାନେ ତାହାକୁ କହିଲେ, ତୁ ବାୟାଣୀ । କିନ୍ତୁ ସେ ତାହା ସତ ବୋଲି ଦୃଢ଼ରୂପେ କହିବାକୁ ଲାଗିଲା । ସେମାନେ କହିଲେ, ଏ ତାଙ୍କର ଦୂତ ।
16କିନ୍ତୁ ପିତର ଦ୍ୱାରରେ ବାରମ୍ବାର ଆଘାତ କରୁଥିଲେ, ଆଉ ସେମାନେ ଫିଟାଇ ତାହାଙ୍କୁ ଦେଖି ଆଚମ୍ଭିତ ହେଲେ ।
17କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ । ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ । ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ ।
18ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ସୈନ୍ୟମାନଙ୍କ ମଧ୍ୟରେ ବଡ଼ ଚହଳ ପଡ଼ିଗଲା ।
19ଆଉ ହେରୋଦ ତାହାଙ୍କୁ ଖୋଜି ନ ପାଇବାରୁ ପ୍ରହରୀମାନଙ୍କୁ ପ୍ରଶ୍ନ କଲା ଉତ୍ତାରେ ସେମାନଙ୍କୁ ବଧ କରିବା ପାଇଁ ଆଜ୍ଞା ଦେଲେ । ପରେ ସେ ଯିହୂଦା ପ୍ରଦେଶରୁ କାଇସରିୟାକୁ ଯାଇ ସେଠାରେ ରହିଲେ ।