Text copied!
Bibles in Odia

ପ୍ରେରିତ 12:14-21 in Odia

Help us?

ପ୍ରେରିତ 12:14-21 in ଓଡିଆ ବାଇବେଲ

14 ସେ ପିତରଙ୍କର ସ୍ୱର ବାରି ଆନନ୍ଦ ସକାଶେ ଦ୍ୱାର ନ ଫିଟାଇ ଭିତରକୁ ଦୌଡ଼ିଯାଇ, ଦ୍ୱାର ପାଖରେ ପିତର ଠିଆ ହୋଇଅଛନ୍ତି ବୋଲି କହିଲା ।
15 ସେମାନେ ତାହାକୁ କହିଲେ, ତୁ ବାୟାଣୀ । କିନ୍ତୁ ସେ ତାହା ସତ ବୋଲି ଦୃଢ଼ରୂପେ କହିବାକୁ ଲାଗିଲା । ସେମାନେ କହିଲେ, ଏ ତାଙ୍କର ଦୂତ ।
16 କିନ୍ତୁ ପିତର ଦ୍ୱାରରେ ବାରମ୍ବାର ଆଘାତ କରୁଥିଲେ, ଆଉ ସେମାନେ ଫିଟାଇ ତାହାଙ୍କୁ ଦେଖି ଆଚମ୍ଭିତ ହେଲେ ।
17 କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ । ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ । ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ ।
18 ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ସୈନ୍ୟମାନଙ୍କ ମଧ୍ୟରେ ବଡ଼ ଚହଳ ପଡ଼ିଗଲା ।
19 ଆଉ ହେରୋଦ ତାହାଙ୍କୁ ଖୋଜି ନ ପାଇବାରୁ ପ୍ରହରୀମାନଙ୍କୁ ପ୍ରଶ୍ନ କଲା ଉତ୍ତାରେ ସେମାନଙ୍କୁ ବଧ କରିବା ପାଇଁ ଆଜ୍ଞା ଦେଲେ । ପରେ ସେ ଯିହୂଦା ପ୍ରଦେଶରୁ କାଇସରିୟାକୁ ଯାଇ ସେଠାରେ ରହିଲେ ।
20 ସେତେବେଳେ ହେରୋଦ ସୋର ଓ ସୀଦୋନ ଲୋକଙ୍କ ଉପରେ ଭୟଙ୍କର ଅସନ୍ତୁଷ୍ଟ ଥିଲେ, ଆଉ ସେମାନେ ଏକମତ ହୋଇ ତାହାଙ୍କ ନିକଟକୁ ଆସିଲେ ଓ ରାଜାଙ୍କ ଶୟନାଗାରର ଅଧ୍ୟକ୍ଷ ବ୍ଲାସ୍ତଙ୍କୁ ଆପଣାମାନଙ୍କ ସପକ୍ଷ କରି ଶାନ୍ତି ପ୍ରାର୍ଥନା କରିବାକୁ ଲାଗିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟସାମଗ୍ରୀ ଯାଉଥିଲା ।
21 ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ଭାଷଣ ଦେଲେ;
ପ୍ରେରିତ 12 in ଓଡିଆ ବାଇବେଲ