Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 12

ପ୍ରେରିତ 12:19-24

Help us?
Click on verse(s) to share them!
19ଆଉ ହେରୋଦ ତାହାଙ୍କୁ ଖୋଜି ନ ପାଇବାରୁ ପ୍ରହରୀମାନଙ୍କୁ ପ୍ରଶ୍ନ କଲା ଉତ୍ତାରେ ସେମାନଙ୍କୁ ବଧ କରିବା ପାଇଁ ଆଜ୍ଞା ଦେଲେ । ପରେ ସେ ଯିହୂଦା ପ୍ରଦେଶରୁ କାଇସରିୟାକୁ ଯାଇ ସେଠାରେ ରହିଲେ ।
20ସେତେବେଳେ ହେରୋଦ ସୋର ଓ ସୀଦୋନ ଲୋକଙ୍କ ଉପରେ ଭୟଙ୍କର ଅସନ୍ତୁଷ୍ଟ ଥିଲେ, ଆଉ ସେମାନେ ଏକମତ ହୋଇ ତାହାଙ୍କ ନିକଟକୁ ଆସିଲେ ଓ ରାଜାଙ୍କ ଶୟନାଗାରର ଅଧ୍ୟକ୍ଷ ବ୍ଲାସ୍ତଙ୍କୁ ଆପଣାମାନଙ୍କ ସପକ୍ଷ କରି ଶାନ୍ତି ପ୍ରାର୍ଥନା କରିବାକୁ ଲାଗିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟସାମଗ୍ରୀ ଯାଉଥିଲା ।
21ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ଭାଷଣ ଦେଲେ;
22ସେଥିରେ ଲୋକମାନେ ପାଟି କରି କହିବାକୁ ଲାଗିଲେ, ଏ ତ ଦେବତାଙ୍କ ସ୍ୱର ମନୁଷ୍ୟର ସ୍ୱର ନୁହେଁ ।
23ତତ୍‌କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାଙ୍କୁ ଆଘାତ କଲେ, କାରଣ ସେ ଈଶ୍ୱରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ ।
24କିନ୍ତୁ ଈଶ୍ୱରଙ୍କ ବାକ୍ୟ ବୃଦ୍ଧି ପାଇ ଅଧିକ ବ୍ୟାପିବାକୁ ଲାଗିଲା ।

Read ପ୍ରେରିତ 12ପ୍ରେରିତ 12
Compare ପ୍ରେରିତ 12:19-24ପ୍ରେରିତ 12:19-24