Text copied!
Bibles in Odia

ପ୍ରେରିତ 12:19-24 in Odia

Help us?

ପ୍ରେରିତ 12:19-24 in ଓଡିଆ ବାଇବେଲ

19 ଆଉ ହେରୋଦ ତାହାଙ୍କୁ ଖୋଜି ନ ପାଇବାରୁ ପ୍ରହରୀମାନଙ୍କୁ ପ୍ରଶ୍ନ କଲା ଉତ୍ତାରେ ସେମାନଙ୍କୁ ବଧ କରିବା ପାଇଁ ଆଜ୍ଞା ଦେଲେ । ପରେ ସେ ଯିହୂଦା ପ୍ରଦେଶରୁ କାଇସରିୟାକୁ ଯାଇ ସେଠାରେ ରହିଲେ ।
20 ସେତେବେଳେ ହେରୋଦ ସୋର ଓ ସୀଦୋନ ଲୋକଙ୍କ ଉପରେ ଭୟଙ୍କର ଅସନ୍ତୁଷ୍ଟ ଥିଲେ, ଆଉ ସେମାନେ ଏକମତ ହୋଇ ତାହାଙ୍କ ନିକଟକୁ ଆସିଲେ ଓ ରାଜାଙ୍କ ଶୟନାଗାରର ଅଧ୍ୟକ୍ଷ ବ୍ଲାସ୍ତଙ୍କୁ ଆପଣାମାନଙ୍କ ସପକ୍ଷ କରି ଶାନ୍ତି ପ୍ରାର୍ଥନା କରିବାକୁ ଲାଗିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟସାମଗ୍ରୀ ଯାଉଥିଲା ।
21 ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ଭାଷଣ ଦେଲେ;
22 ସେଥିରେ ଲୋକମାନେ ପାଟି କରି କହିବାକୁ ଲାଗିଲେ, ଏ ତ ଦେବତାଙ୍କ ସ୍ୱର ମନୁଷ୍ୟର ସ୍ୱର ନୁହେଁ ।
23 ତତ୍‌କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାଙ୍କୁ ଆଘାତ କଲେ, କାରଣ ସେ ଈଶ୍ୱରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ ।
24 କିନ୍ତୁ ଈଶ୍ୱରଙ୍କ ବାକ୍ୟ ବୃଦ୍ଧି ପାଇ ଅଧିକ ବ୍ୟାପିବାକୁ ଲାଗିଲା ।
ପ୍ରେରିତ 12 in ଓଡିଆ ବାଇବେଲ