Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 12

ପ୍ରେରିତ 12:3-7

Help us?
Click on verse(s) to share them!
3ଆଉ ଯିହୂଦୀମାନଙ୍କୁ ସେଥିରେ ସନ୍ତୁଷ୍ଟ ହେବାର ଦେଖି ସେ ପିତରଙ୍କୁ ମଧ୍ୟ ଧରିବାକୁ ଅଗ୍ରସର ହେଲେ । ସେହି ସମୟରେ ଖମୀରଶୂନ୍ୟ ରୁଟିର ପର୍ବ ଥିଲା ।
4ପରେ ସେ ତାହାଙ୍କୁ ଧରି କାରାଗାରରେ ନିକ୍ଷେପ କଲେ, ପୁଣି, ନିସ୍ତାର ପର୍ବ ଉତ୍ତାରେ ସେ ତାହାଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ନିମନ୍ତେ ମନସ୍ଥ କରି ପ୍ରତ୍ୟେକ ଦଳରେ ଚାରି ଜଣ ଲେଖାଏଁ ଥିବା ଚାରୋଟି ସେନାଦଳ ନିକଟରେ ତାହାଙ୍କୁ ଜଗିବା ପାଇଁ ସମର୍ପଣ କଲେ ।
5ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ର ଭାବରେ ଈଶ୍ୱରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା ।
6ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଶିକୁଳିରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ୱାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ ।
7ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ । ସେଥିରେ ତାହାଙ୍କ ହାତରୁ ଶିକୁଳି ଖସିପଡ଼ିଲା ।

Read ପ୍ରେରିତ 12ପ୍ରେରିତ 12
Compare ପ୍ରେରିତ 12:3-7ପ୍ରେରିତ 12:3-7