Text copied!
Bibles in Odia

ପ୍ରେରିତ 12:5-11 in Odia

Help us?

ପ୍ରେରିତ 12:5-11 in ଓଡିଆ ବାଇବେଲ

5 ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ର ଭାବରେ ଈଶ୍ୱରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା ।
6 ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଶିକୁଳିରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ୱାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ ।
7 ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ । ସେଥିରେ ତାହାଙ୍କ ହାତରୁ ଶିକୁଳି ଖସିପଡ଼ିଲା ।
8 ପୁଣି, ଦୂତ ତାହାଙ୍କୁ କହିଲେ, କଟି ବନ୍ଧନ କର ଓ ପାଦୁକା ପିନ୍ଧ । ସେ ସେପରି କଲେ । ଆଉ ସେ ତାହାଙ୍କୁ କହିଲେ, ଦେହରେ ଚାଦର ପକାଇ ମୋହର ପଛେ ପଛେ ଆସ ।
9 ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ୱାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ ।
10 ଯେତେବେଳେ ସେମାନେ ପ୍ରଥମ ଓ ଦ୍ୱିତୀୟ ପ୍ରହରୀଦଳ ଅତିକ୍ରମ କରି, ଯେଉଁ ଲୌହଦ୍ୱାର ଦେଇ ନଗରକୁ ଯିବାକୁ ହୁଏ, ତାହା ନିକଟକୁ ଆସିଲେ, ସେତେବେଳେ ସେହି ଦ୍ୱାର ଆପଣା ମନକୁ ସେମାନଙ୍କ ନିମନ୍ତେ ମେଲା ହୋଇଗଲା, ଆଉ ସେମାନେ ବାହାରିଯାଇ ଗୋଟିଏ ଦାଣ୍ଡର ଶେଷ ମୁଣ୍ଡ ଯାଏ ଗଲେ, ପୁଣି, ସେହିକ୍ଷଣି ସେହି ଦୂତ ତାହାଙ୍କଠାରୁ ଅଦୃଶ୍ୟ ହୋଇଗଲେ ।
11 ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୂଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି ।
ପ୍ରେରିତ 12 in ଓଡିଆ ବାଇବେଲ