Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 12

ପ୍ରେରିତ 12:7-14

Help us?
Click on verse(s) to share them!
7ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ । ସେଥିରେ ତାହାଙ୍କ ହାତରୁ ଶିକୁଳି ଖସିପଡ଼ିଲା ।
8ପୁଣି, ଦୂତ ତାହାଙ୍କୁ କହିଲେ, କଟି ବନ୍ଧନ କର ଓ ପାଦୁକା ପିନ୍ଧ । ସେ ସେପରି କଲେ । ଆଉ ସେ ତାହାଙ୍କୁ କହିଲେ, ଦେହରେ ଚାଦର ପକାଇ ମୋହର ପଛେ ପଛେ ଆସ ।
9ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ୱାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ ।
10ଯେତେବେଳେ ସେମାନେ ପ୍ରଥମ ଓ ଦ୍ୱିତୀୟ ପ୍ରହରୀଦଳ ଅତିକ୍ରମ କରି, ଯେଉଁ ଲୌହଦ୍ୱାର ଦେଇ ନଗରକୁ ଯିବାକୁ ହୁଏ, ତାହା ନିକଟକୁ ଆସିଲେ, ସେତେବେଳେ ସେହି ଦ୍ୱାର ଆପଣା ମନକୁ ସେମାନଙ୍କ ନିମନ୍ତେ ମେଲା ହୋଇଗଲା, ଆଉ ସେମାନେ ବାହାରିଯାଇ ଗୋଟିଏ ଦାଣ୍ଡର ଶେଷ ମୁଣ୍ଡ ଯାଏ ଗଲେ, ପୁଣି, ସେହିକ୍ଷଣି ସେହି ଦୂତ ତାହାଙ୍କଠାରୁ ଅଦୃଶ୍ୟ ହୋଇଗଲେ ।
11ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୂଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି ।
12ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରିୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ ।
13ସେ ବାହାର ଦ୍ୱାରରେ ଆଘାତ କରନ୍ତେ ରୋଦା ନାମକ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା ।
14ସେ ପିତରଙ୍କର ସ୍ୱର ବାରି ଆନନ୍ଦ ସକାଶେ ଦ୍ୱାର ନ ଫିଟାଇ ଭିତରକୁ ଦୌଡ଼ିଯାଇ, ଦ୍ୱାର ପାଖରେ ପିତର ଠିଆ ହୋଇଅଛନ୍ତି ବୋଲି କହିଲା ।

Read ପ୍ରେରିତ 12ପ୍ରେରିତ 12
Compare ପ୍ରେରିତ 12:7-14ପ୍ରେରିତ 12:7-14