Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 13

ପ୍ରେରିତ 13:34-41

Help us?
Click on verse(s) to share them!
34ସେ ଯେ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି; ପୁଣି, ସେ ଯେ ଆଉ କ୍ଷୟସ୍ଥାନକୁ ଫେରିବେ ନାହିଁ, ଏବିଷୟରେ ସେ ଏହି ପ୍ରକାର କହିଅଛନ୍ତି, ଆମ୍ଭେ ଦାଉଦଙ୍କ ନିକଟରେ ପ୍ରତିଜ୍ଞାତ ପବିତ୍ର ଓ ଅଟଳ ଆଶୀର୍ବାଦ ସବୁ ତୁମ୍ଭମାନଙ୍କୁ ପ୍ରଦାନ କରିବା ।
35ପୁଣି, ସେ ମଧ୍ୟ ଆଉ ଗୋଟିଏ ଗୀତସଂହିତାରେ କହିଅଛନ୍ତି, ''ତୁମ୍ଭେ ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ ।''
36ଦାଉଦ ତ ଆପଣା ସମକାଳୀନ ଲୋକମାନଙ୍କ ମଧ୍ୟରେ ଈଶ୍ୱରଙ୍କର ସଙ୍କଳ୍ପ ଅନୁସାରେ ସେବକର କାର୍ଯ୍ୟ କଲା ଉତ୍ତାରେ ମହାନିଦ୍ରାପ୍ରାପ୍ତ ହେଲେ ଏବଂ ଆପଣା ପିତୃପୁରୁଷମାନଙ୍କ ନିକଟରେ ସମାଧିସ୍ଥ ହୋଇ କ୍ଷୟ ପାଇଲେ;
37କିନ୍ତୁ ଯାହାଙ୍କୁ ଈଶ୍ୱର ଉଠାଇଅଛନ୍ତି, ସେ କ୍ଷୟ ପାଇ ନାହାଁନ୍ତି ।
38ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି,
39ପୁଣି, ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ସମସ୍ତ ବିଷୟରୁ ଆପଣମାନେ ମୁକ୍ତ ହୋଇ ଧାର୍ମିକ ଗଣିତ ହୋଇ ପାରିଲେ ନାହିଁ, ବିଶ୍ୱାସକାରୀ ପ୍ରତ୍ୟେକ ଲୋକ ତାହାଙ୍କ ଦ୍ୱାରା ସେହି ସମସ୍ତ ବିଷୟରୁ ମୁକ୍ତ ହୋଇ ଧାର୍ମିକ ଗଣିତ ହୁଅନ୍ତି ।
40ତେଣୁ ସାବଧାନ, କାଳେ ଭାବବାଦୀମାନଙ୍କ ଶାସ୍ତ୍ରରେ ଯାହା କୁହାଯାଇଅଛି, ତାହା ଯେପରି ଆପଣମାନଙ୍କ ପ୍ରତି ନ ଘଟେ,
41"ହେ ଅବଜ୍ଞାକାରୀମାନେ, ତୁମ୍ଭେମାନେ ଦେଖି ପୁଣି, ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ୱାସ କରିବ ନାହିଁ"।

Read ପ୍ରେରିତ 13ପ୍ରେରିତ 13
Compare ପ୍ରେରିତ 13:34-41ପ୍ରେରିତ 13:34-41