Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 13

ପ୍ରେରିତ 13:40-47

Help us?
Click on verse(s) to share them!
40ତେଣୁ ସାବଧାନ, କାଳେ ଭାବବାଦୀମାନଙ୍କ ଶାସ୍ତ୍ରରେ ଯାହା କୁହାଯାଇଅଛି, ତାହା ଯେପରି ଆପଣମାନଙ୍କ ପ୍ରତି ନ ଘଟେ,
41"ହେ ଅବଜ୍ଞାକାରୀମାନେ, ତୁମ୍ଭେମାନେ ଦେଖି ପୁଣି, ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ୱାସ କରିବ ନାହିଁ"।
42ସେମାନେ ବାହାରିଯାଉଥିବା ସମୟରେ, ଯେପରି ପରବର୍ତ୍ତୀ ବିଶ୍ରାମବାରରେ ସେହି ସବୁ କଥା ସେମାନଙ୍କୁ କୁହାଯାଏ, ଏଥିପାଇଁ ସେମାନେ ବିନତି କରିବାକୁ ଲାଗିଲେ ।
43ସଭା ସମାପ୍ତ ହେଲା ଉତ୍ତାରେ ଯିହୂଦୀ ଓ ଯିହୂଦୀମତାବଲମ୍ବୀ ଅଣଯିହୂଦୀମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଈଶ୍ୱରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ ।
44ପୁଣି, ପରବର୍ତ୍ତୀ ବିଶ୍ରାମବାରରେ ପ୍ରାୟ ସମସ୍ତ ନଗରବାସୀ ଈଶ୍ୱରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ ।
45କିନ୍ତୁ ଯିହୂଦୀମାନେ ଲୋକସମୂହଙ୍କୁ ଦେଖି ଇର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାର ପ୍ରତିବାଦ କରିବାକୁ ଲାଗିଲା ।
46ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୂଦୀମାନଙ୍କ ନିକଟକୁ ଯାଉଅଛୁ,
47କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, "ଆମ୍ଭେ ତୁମ୍ଭକୁ ଅଣଯିହୂଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ" ।

Read ପ୍ରେରିତ 13ପ୍ରେରିତ 13
Compare ପ୍ରେରିତ 13:40-47ପ୍ରେରିତ 13:40-47