Text copied!
Bibles in Odia

ପ୍ରେରିତ 13:43-52 in Odia

Help us?

ପ୍ରେରିତ 13:43-52 in ଓଡିଆ ବାଇବେଲ

43 ସଭା ସମାପ୍ତ ହେଲା ଉତ୍ତାରେ ଯିହୂଦୀ ଓ ଯିହୂଦୀମତାବଲମ୍ବୀ ଅଣଯିହୂଦୀମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଈଶ୍ୱରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ ।
44 ପୁଣି, ପରବର୍ତ୍ତୀ ବିଶ୍ରାମବାରରେ ପ୍ରାୟ ସମସ୍ତ ନଗରବାସୀ ଈଶ୍ୱରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ ।
45 କିନ୍ତୁ ଯିହୂଦୀମାନେ ଲୋକସମୂହଙ୍କୁ ଦେଖି ଇର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାର ପ୍ରତିବାଦ କରିବାକୁ ଲାଗିଲା ।
46 ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୂଦୀମାନଙ୍କ ନିକଟକୁ ଯାଉଅଛୁ,
47 କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, "ଆମ୍ଭେ ତୁମ୍ଭକୁ ଅଣଯିହୂଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ" ।
48 ଅଣଯିହୂଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଈଶ୍ୱରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ,
49 ଆଉ ସମୁଦାୟ ଅଞ୍ଚଳରେ ପ୍ରଭୁଙ୍କର ବାକ୍ୟ ବ୍ୟାପିଗଲା ।
50 କିନ୍ତୁ ଯିହୂଦୀମତାବଲମ୍ବୀ ଅଣଯିହୂଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୂଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ ।
51 ସେଥିରେ ସେମାନେ ଆପଣା ଆପଣା ପାଦର ଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟକୁ ଗଲେ,
52 ଆଉ ଶିଷ୍ୟମାନେ ଆନନ୍ଦରେ ଓ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବାକୁ ଲାଗିଲେ ।
ପ୍ରେରିତ 13 in ଓଡିଆ ବାଇବେଲ