Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 13

ପ୍ରେରିତ 13:5-11

Help us?
Click on verse(s) to share them!
5ସେମାନେ ସାଲାମିରେ ପହଞ୍ଚିଲା ଉତ୍ତାରେ ଯିହୂଦୀମାନଙ୍କ ସମସ୍ତ ସମାଜଗୃହରେ ଈଶ୍ୱରଙ୍କ ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ଆଉ ଯୋହନ ମଧ୍ୟ ପରିଚାରକସ୍ୱରୂପେ ସେମାନଙ୍କ ସହିତ ଥିଲେ ।
6ପୁଣି, ସେମାନେ ସମସ୍ତ ଦ୍ୱୀପ ପରିଭ୍ରମଣ କରି ପାଫକୁ ଆସି ଜଣେ ମାୟାବୀ ଭଣ୍ଡ ଭାବବାଦୀକୁ ଦେଖିଲେ; ସେ ଜଣେ ଯିହୂଦୀ, ଆଉ ତାହାର ନାମ ବର୍ଯୀଶୁ ।
7ସେ ଶାସନକର୍ତ୍ତା ସେର୍ଗିୟ ପାଉଲଙ୍କ ସାଙ୍ଗରେ ଥିଲା, ସେହି ଶାସନକର୍ତ୍ତା ଜଣେ ବୁଦ୍ଧିମାନ ବ୍ୟକ୍ତି । ସେ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ଆପଣା ନିକଟକୁ ଡାକି ଈଶ୍ୱରଙ୍କ ବାକ୍ୟ ଶୁଣିବାକୁ ଇଚ୍ଛା କଲେ ।
8କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ୱାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା ।
9ମାତ୍ର ଶାଉଲ, ଯାହାକୁ ପାଉଲ ମଧ୍ୟ କହନ୍ତି, ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ତାହାକୁ ନିରୀକ୍ଷଣ କରି କହିଲେ,
10ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ ?
11ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ । ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାହାକୁ ଘୋଡ଼ାଇପକାଇଲା, ତେଣୁ ତାହାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେ ତେଣେ ଦରାଣ୍ଡି ଲୋକ ଖୋଜିବାକୁ ଲାଗିଲା ।

Read ପ୍ରେରିତ 13ପ୍ରେରିତ 13
Compare ପ୍ରେରିତ 13:5-11ପ୍ରେରିତ 13:5-11