Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 14

ପ୍ରେରିତ 14:1-14

Help us?
Click on verse(s) to share them!
1ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ସେମାନେ ଯିହୂଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୂଦୀ ଓ ଗ୍ରୀକ୍‌ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ୱାସ କଲେ ।
2କିନ୍ତୁ ଯେଉଁ ଯିହୂଦୀମାନେ ବିଶ୍ୱାସ କଲେ ନାହିଁ, ସେମାନେ ଅଣଯିହୂଦୀମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ ।
3ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ୱାର ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ ।
4କିନ୍ତୁ ନଗରର ଲୋକସମୂହ ଦୁଇ ଦଳ ହେଲେ, ଦଳେ ଯିହୂଦୀମାନଙ୍କ ପକ୍ଷରେ ଆଉ ଦଳେ ପ୍ରେରିତମାନଙ୍କ ପକ୍ଷରେ ।
5ଯେତେବେଳେ ଅଣଯିହୂଦୀ ଓ ଯିହୂଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ,
6ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆର ଲୁସ୍ତ୍ରା ଓ ଦର୍ବୀ ନଗର ପୁଣି, ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,
7ଆଉ ସେମାନେ ସେଠାରେ ସୁସମାଚାର ପ୍ରଚାର କରିବାକୁ ଲାଗିଲେ ।
8ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାହାର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା ।
9ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା । ପାଉଲ ତାହାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାହାର ବିଶ୍ୱାସ ଥିବାର ଦେଖି ଉଚ୍ଚସ୍ୱରରେ କହିଲେ,
10ତୁମ୍ଭର ପାଦର ଭାର ଦେଇ ସିଧା ଠିଆ ହୁଅ । ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା ।
11ପାଉଲ ଯାହା କରିଅଛନ୍ତି, ଲୋକସମୂହ ତାହା ଦେଖି ଲୁକାୟନିଆ ଭାଷାରେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ଦେବତାମାନେ ମନୁଷ୍ୟରୂପରେ ଆମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛନ୍ତି ।
12ସେମାନେ ବର୍ଣ୍ଣବ୍ବାଙ୍କୁ ବୃହସ୍ପତି ବୋଲି କହିଲେ, ପୁଣି, ପାଉଲ ପ୍ରଧାନ ବକ୍ତା ଥିବାରୁ ତାହାଙ୍କୁ ବୁଧ ବୋଲି କହିଲେ ।
13ନଗର ସମ୍ମୁଖରେ ଥିବା ବୃହସ୍ପତିଙ୍କ ମନ୍ଦିରର ଯାଜକ କେତେକ ବୃଷ ଓ ପୁଷ୍ପହାର ଦ୍ୱାରା ନିକଟକୁ ଆଣି ଲୋକସମୂହ ସହିତ ବଳି ଦେବାକୁ ଇଚ୍ଛା କରିଥିଲେ ।
14କିନ୍ତୁ ପ୍ରେରିତମାନେ, ଅର୍ଥାତ୍ ବର୍ଣ୍ଣବ୍ବା ଓ ପାଉଲ, ଏହା ଶୁଣି ଆପଣା ଆପଣାର ବସ୍ତ୍ର ଚିରି ଲୋକସମୂହ ମଧ୍ୟକୁ ବେଗେ ଦୌଡ଼ିଯାଇ ଉଚ୍ଚସ୍ୱରରେ କହିବାକୁ ଲାଗିଲେ,

Read ପ୍ରେରିତ 14ପ୍ରେରିତ 14
Compare ପ୍ରେରିତ 14:1-14ପ୍ରେରିତ 14:1-14