Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 14

ପ୍ରେରିତ 14:11-18

Help us?
Click on verse(s) to share them!
11ପାଉଲ ଯାହା କରିଅଛନ୍ତି, ଲୋକସମୂହ ତାହା ଦେଖି ଲୁକାୟନିଆ ଭାଷାରେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ଦେବତାମାନେ ମନୁଷ୍ୟରୂପରେ ଆମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛନ୍ତି ।
12ସେମାନେ ବର୍ଣ୍ଣବ୍ବାଙ୍କୁ ବୃହସ୍ପତି ବୋଲି କହିଲେ, ପୁଣି, ପାଉଲ ପ୍ରଧାନ ବକ୍ତା ଥିବାରୁ ତାହାଙ୍କୁ ବୁଧ ବୋଲି କହିଲେ ।
13ନଗର ସମ୍ମୁଖରେ ଥିବା ବୃହସ୍ପତିଙ୍କ ମନ୍ଦିରର ଯାଜକ କେତେକ ବୃଷ ଓ ପୁଷ୍ପହାର ଦ୍ୱାରା ନିକଟକୁ ଆଣି ଲୋକସମୂହ ସହିତ ବଳି ଦେବାକୁ ଇଚ୍ଛା କରିଥିଲେ ।
14କିନ୍ତୁ ପ୍ରେରିତମାନେ, ଅର୍ଥାତ୍ ବର୍ଣ୍ଣବ୍ବା ଓ ପାଉଲ, ଏହା ଶୁଣି ଆପଣା ଆପଣାର ବସ୍ତ୍ର ଚିରି ଲୋକସମୂହ ମଧ୍ୟକୁ ବେଗେ ଦୌଡ଼ିଯାଇ ଉଚ୍ଚସ୍ୱରରେ କହିବାକୁ ଲାଗିଲେ,
15ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି ? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହି ସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ୱରଙ୍କ ପ୍ରତି ଫେରନ୍ତି । ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;
16ସେ ଅତୀତ ପୁରୁଷପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ିଦେଇଥିଲେ ।
17ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାଁନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି ।
18ଏହି ସବୁ କଥା କହି ସେମାନେ ଅତି କଷ୍ଟରେ ସେମାନଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାରୁ ଲୋକସମୂହଙ୍କୁ ନିବୃତ୍ତ କଲେ ।

Read ପ୍ରେରିତ 14ପ୍ରେରିତ 14
Compare ପ୍ରେରିତ 14:11-18ପ୍ରେରିତ 14:11-18