Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 14

ପ୍ରେରିତ 14:19-26

Help us?
Click on verse(s) to share them!
19କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୂଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ ।
20ମାତ୍ର ଶିଷ୍ୟମାନେ ତାହାଙ୍କୁ ଘେରି ଠିଆ ହୁଅନ୍ତେ ସେ ଉଠି ନଗର ମଧ୍ୟରେ ପ୍ରବେଶ କଲେ । ପରଦିନ ସେ ବର୍ଣ୍ଣବ୍ବାଙ୍କ ସହିତ ଦର୍ବୀକୁ ବାହାରିଗଲେ ।
21ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ,
22ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ ।
23ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ ।
24ପରେ ସେମାନେ ପିସିଦିଆ ମଧ୍ୟ ଦେଇ ପଂଫୂଲିଆକୁ ଆସିଲେ,
25ଆଉ ପର୍ଗୀରେ ବାକ୍ୟ ପ୍ରଚାର କରି ଆତ୍ତାଲିଆକୁ ଗଲେ ।
26ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ୱରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ ।

Read ପ୍ରେରିତ 14ପ୍ରେରିତ 14
Compare ପ୍ରେରିତ 14:19-26ପ୍ରେରିତ 14:19-26