Text copied!
Bibles in Odia

ପ୍ରେରିତ 14:2-9 in Odia

Help us?

ପ୍ରେରିତ 14:2-9 in ଓଡିଆ ବାଇବେଲ

2 କିନ୍ତୁ ଯେଉଁ ଯିହୂଦୀମାନେ ବିଶ୍ୱାସ କଲେ ନାହିଁ, ସେମାନେ ଅଣଯିହୂଦୀମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ ।
3 ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ୱାର ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ ।
4 କିନ୍ତୁ ନଗରର ଲୋକସମୂହ ଦୁଇ ଦଳ ହେଲେ, ଦଳେ ଯିହୂଦୀମାନଙ୍କ ପକ୍ଷରେ ଆଉ ଦଳେ ପ୍ରେରିତମାନଙ୍କ ପକ୍ଷରେ ।
5 ଯେତେବେଳେ ଅଣଯିହୂଦୀ ଓ ଯିହୂଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ,
6 ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆର ଲୁସ୍ତ୍ରା ଓ ଦର୍ବୀ ନଗର ପୁଣି, ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,
7 ଆଉ ସେମାନେ ସେଠାରେ ସୁସମାଚାର ପ୍ରଚାର କରିବାକୁ ଲାଗିଲେ ।
8 ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାହାର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା ।
9 ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା । ପାଉଲ ତାହାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାହାର ବିଶ୍ୱାସ ଥିବାର ଦେଖି ଉଚ୍ଚସ୍ୱରରେ କହିଲେ,
ପ୍ରେରିତ 14 in ଓଡିଆ ବାଇବେଲ