Text copied!
Bibles in Odia

ପ୍ରେରିତ 14:5-14 in Odia

Help us?

ପ୍ରେରିତ 14:5-14 in ଓଡିଆ ବାଇବେଲ

5 ଯେତେବେଳେ ଅଣଯିହୂଦୀ ଓ ଯିହୂଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ,
6 ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆର ଲୁସ୍ତ୍ରା ଓ ଦର୍ବୀ ନଗର ପୁଣି, ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,
7 ଆଉ ସେମାନେ ସେଠାରେ ସୁସମାଚାର ପ୍ରଚାର କରିବାକୁ ଲାଗିଲେ ।
8 ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାହାର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା ।
9 ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା । ପାଉଲ ତାହାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାହାର ବିଶ୍ୱାସ ଥିବାର ଦେଖି ଉଚ୍ଚସ୍ୱରରେ କହିଲେ,
10 ତୁମ୍ଭର ପାଦର ଭାର ଦେଇ ସିଧା ଠିଆ ହୁଅ । ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା ।
11 ପାଉଲ ଯାହା କରିଅଛନ୍ତି, ଲୋକସମୂହ ତାହା ଦେଖି ଲୁକାୟନିଆ ଭାଷାରେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ଦେବତାମାନେ ମନୁଷ୍ୟରୂପରେ ଆମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛନ୍ତି ।
12 ସେମାନେ ବର୍ଣ୍ଣବ୍ବାଙ୍କୁ ବୃହସ୍ପତି ବୋଲି କହିଲେ, ପୁଣି, ପାଉଲ ପ୍ରଧାନ ବକ୍ତା ଥିବାରୁ ତାହାଙ୍କୁ ବୁଧ ବୋଲି କହିଲେ ।
13 ନଗର ସମ୍ମୁଖରେ ଥିବା ବୃହସ୍ପତିଙ୍କ ମନ୍ଦିରର ଯାଜକ କେତେକ ବୃଷ ଓ ପୁଷ୍ପହାର ଦ୍ୱାରା ନିକଟକୁ ଆଣି ଲୋକସମୂହ ସହିତ ବଳି ଦେବାକୁ ଇଚ୍ଛା କରିଥିଲେ ।
14 କିନ୍ତୁ ପ୍ରେରିତମାନେ, ଅର୍ଥାତ୍ ବର୍ଣ୍ଣବ୍ବା ଓ ପାଉଲ, ଏହା ଶୁଣି ଆପଣା ଆପଣାର ବସ୍ତ୍ର ଚିରି ଲୋକସମୂହ ମଧ୍ୟକୁ ବେଗେ ଦୌଡ଼ିଯାଇ ଉଚ୍ଚସ୍ୱରରେ କହିବାକୁ ଲାଗିଲେ,
ପ୍ରେରିତ 14 in ଓଡିଆ ବାଇବେଲ