Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 15

ପ୍ରେରିତ 15:13-25

Help us?
Click on verse(s) to share them!
13ସେମାନଙ୍କ କଥା ଶେଷ ହେଲା ଉତ୍ତାରେ ଯାକୁବ ଉତ୍ତର ଦେଇ କହିଲେ, ହେ ଭାଇମାନେ ମୋହର କଥା ଶୁଣନ୍ତୁ ।
14ଈଶ୍ୱର ଆପଣା ନାମ ନିମନ୍ତେ ଅଣଯିହୂଦୀମାନଙ୍କ ମଧ୍ୟରୁ ଦଳେ ଲୋକ ଗ୍ରହଣ କରିବା ପାଇଁ କିପ୍ରକାରେ ପ୍ରଥମେ ସେମାନଙ୍କ ପ୍ରତି କୃପାଦୃଷ୍ଟି କରିଥିଲେ, ତାହା ଶିମୋନ ବର୍ଣ୍ଣନା କରିଅଛନ୍ତି ।
15ପୁଣି, ଭାବବାଦୀମାନଙ୍କର ବାକ୍ୟ ଏହା ସହିତ ମିଶୁଅଛି, ଯେପରି ଲେଖା ଅଛି,
16ଏଥିଉତ୍ତାରେ ଆମ୍ଭେ ବାହୁଡ଼ିଆସି ଦାଉଦର ପତିତ କୁଟୀର ପୁନଃନିର୍ମାଣ କରିବା, ପୁଣି, ତାହାର ଧ୍ୱଂସସ୍ଥାନସବୁ ପୁନଃନିର୍ମାଣ କରି ତାହା ପୁନଃସ୍ଥାପନ କରିବା,
17ଯେପରି ଅବଶିଷ୍ଟ ଲୋକେ ଓ ଯେ ସମସ୍ତ ଅଣଯିହୂଦୀ ଆମ୍ଭ ନାମରେ ଖ୍ୟାତ, ସେମାନେ ପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି, ସର୍ବ ସାଧନକର୍ତ୍ତା ପ୍ରଭୁ ଏହା କହନ୍ତି ।
18ପ୍ରାଚୀନ କାଳରୁ ଈଶ୍ୱର ଆପଣାର ସମସ୍ତ କର୍ମ ଜଣାଇଛନ୍ତି ।
19ଅତଏବ, ମୋହର ବିଚାର ଏହି, ଅଣଯିହୂଦୀମାନଙ୍କ ମଧ୍ୟରୁ ଯେଉଁମାନେ ଈଶ୍ୱରଙ୍କ ପ୍ରତି ଫେରନ୍ତି, ସେମାନଙ୍କୁ ଆମ୍ଭେମାନେ ଭାରଗ୍ରସ୍ତ କରିବା ନାହିଁ;
20କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ପରଦାର, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ ।
21କାରଣ ପ୍ରାଚୀନକାଳରୁ ପ୍ରତି ନଗରରେ ମୋଶାଙ୍କର ପ୍ରଚାରକମାନେ ଅଛନ୍ତି, ଯେଣୁ ପ୍ରତି ବିଶ୍ରାମବାରରେ ସମାଜଗୃହସମୂହରେ ତାହାଙ୍କ ମୋଶାଙ୍କ ବ୍ୟବସ୍ଥା ପାଠ କରାଯାଉଅଛି ।
22ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ଡଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍ ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ନିଷ୍ପତ୍ତି ନେଲେ,
23ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୂଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର ।
24ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;
25ଏଥି ନିମନ୍ତେ ଆମ୍ଭମାନଙ୍କର ପ୍ରିୟପାତ୍ର ଯେଉଁ ବର୍ଣ୍ଣବ୍ବା ଓ ପାଉଲ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମ ନିମନ୍ତେ ପ୍ରାଣପଣ କରିଅଛନ୍ତି,

Read ପ୍ରେରିତ 15ପ୍ରେରିତ 15
Compare ପ୍ରେରିତ 15:13-25ପ୍ରେରିତ 15:13-25