Text copied!
Bibles in Odia

ପ୍ରେରିତ 15:19-35 in Odia

Help us?

ପ୍ରେରିତ 15:19-35 in ଓଡିଆ ବାଇବେଲ

19 ଅତଏବ, ମୋହର ବିଚାର ଏହି, ଅଣଯିହୂଦୀମାନଙ୍କ ମଧ୍ୟରୁ ଯେଉଁମାନେ ଈଶ୍ୱରଙ୍କ ପ୍ରତି ଫେରନ୍ତି, ସେମାନଙ୍କୁ ଆମ୍ଭେମାନେ ଭାରଗ୍ରସ୍ତ କରିବା ନାହିଁ;
20 କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ପରଦାର, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ ।
21 କାରଣ ପ୍ରାଚୀନକାଳରୁ ପ୍ରତି ନଗରରେ ମୋଶାଙ୍କର ପ୍ରଚାରକମାନେ ଅଛନ୍ତି, ଯେଣୁ ପ୍ରତି ବିଶ୍ରାମବାରରେ ସମାଜଗୃହସମୂହରେ ତାହାଙ୍କ ମୋଶାଙ୍କ ବ୍ୟବସ୍ଥା ପାଠ କରାଯାଉଅଛି ।
22 ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ଡଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍ ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ନିଷ୍ପତ୍ତି ନେଲେ,
23 ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୂଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର ।
24 ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;
25 ଏଥି ନିମନ୍ତେ ଆମ୍ଭମାନଙ୍କର ପ୍ରିୟପାତ୍ର ଯେଉଁ ବର୍ଣ୍ଣବ୍ବା ଓ ପାଉଲ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମ ନିମନ୍ତେ ପ୍ରାଣପଣ କରିଅଛନ୍ତି,
26 ଆମ୍ଭେମାନେ ଏକମତ ହୋଇ କେତେକ ଲୋକଙ୍କୁ ମନୋନୀତ କରି ସେମାନଙ୍କ ସହିତ ଆପଣମାନଙ୍କ ନିକଟକୁ ପଠାଇବା ଉଚିତ ମନେକଲୁ ।
27 ଏଣୁ ଆମ୍ଭେମାନେ ଯିହୂଦା ଓ ଶୀଲାଙ୍କୁ ପଠାଇଲୁ, ଏମାନେ ମଧ୍ୟ ମୁଖରେ ଆପଣମାନଙ୍କୁ ସେହି ସମସ୍ତ କଥା ଜଣାଇଦେବେ ।
28 କାରଣ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ପ୍ରସାଦ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଓ ପରଦାରରୁ ପୃଥକ୍ ରହିବା, ଏହି କେତୋଟି ଆବଶ୍ୟକୀୟ ବିଷୟ ବ୍ୟତୀତ ଆପଣମାନଙ୍କ ଉପରେ ଆଉ ଅଧିକ ଭାର ନ ଦେବାକୁ, ପବିତ୍ର ଆତ୍ମା ଓ ଆମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା;
29 ଏହି ସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ । ଆପଣମାନଙ୍କର ମଙ୍ଗଳ ହେଉ ।
30 ସେମାନେ ବିଦାୟ ହୋଇ ଆନ୍ତିୟଖିଅାକୁ ଆସିଲେ ଆଉ ଶିଷ୍ୟସମୂହକୁ ଏକତ୍ର କରି ପତ୍ର ଖଣ୍ଡିକ ଦେଲେ ।
31 ସେମାନେ ତାହା ପାଠ କରି ଆଶ୍ୱାସନା ପାଇ ଆନନ୍ଦିତ ହେଲେ ।
32 ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ ।
33 ଆଉ ସେମାନେ ସେଠାରେ କେତେକ କାଳ ରହିଲା ପରେ ସେମାନଙ୍କୁ ପ୍ରେରଣ କରିଥିବା ଲୋକମାନଙ୍କ ନିକଟକୁ ବାହୁଡ଼ିଯିବାକୁ ଭାଇମାନଙ୍କଠାରୁ ଶାନ୍ତିରେ ବିଦାୟ ନେଲେ,
34 (କିନ୍ତୁ ଶୀଲା ସେଠାରେ ରହିବା ଉତ୍ତମ ମନେ କଲେ ।)
35 ପୁଣି, ପାଉଲ ଓ ବର୍ଣ୍ଣବ୍ବା ଆନ୍ତିୟଖିଆରେ ରହି ଅନ୍ୟାନ୍ୟ ଅନେକ ଲୋକଙ୍କ ସହିତ ମଧ୍ୟ ପ୍ରଭୁଙ୍କ ବାକ୍ୟ ଶିକ୍ଷା ଦେଇ ସୁସମାଚାର ପ୍ରଚାର କରିବାକୁ ଲାଗିଲେ ।
ପ୍ରେରିତ 15 in ଓଡିଆ ବାଇବେଲ