Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 15

ପ୍ରେରିତ 15:2-5

Help us?
Click on verse(s) to share them!
2ଏଥିରେ ପାଉଲ ଓ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍‌ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ ।
3ଅତଏବ ମଣ୍ଡଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେ ଫୖେନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ଅଣଯିହୂଦୀମାନଙ୍କ ମନ ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ ।
4ପରେ ସେମାନେ ଯିରୂଶାଲମରେ ଉପସ୍ଥିତ ହୋଇ ମଣ୍ଡଳୀ ପୁଣି, ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ, ସେହି ସବୁ ବର୍ଣ୍ଣନା କଲେ ।
5କିନ୍ତୁ ଫାରୂଶୀଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୂଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ ।

Read ପ୍ରେରିତ 15ପ୍ରେରିତ 15
Compare ପ୍ରେରିତ 15:2-5ପ୍ରେରିତ 15:2-5