Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 15

ପ୍ରେରିତ 15:20-34

Help us?
Click on verse(s) to share them!
20କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ପରଦାର, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ ।
21କାରଣ ପ୍ରାଚୀନକାଳରୁ ପ୍ରତି ନଗରରେ ମୋଶାଙ୍କର ପ୍ରଚାରକମାନେ ଅଛନ୍ତି, ଯେଣୁ ପ୍ରତି ବିଶ୍ରାମବାରରେ ସମାଜଗୃହସମୂହରେ ତାହାଙ୍କ ମୋଶାଙ୍କ ବ୍ୟବସ୍ଥା ପାଠ କରାଯାଉଅଛି ।
22ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ଡଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍ ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ନିଷ୍ପତ୍ତି ନେଲେ,
23ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୂଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର ।
24ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;
25ଏଥି ନିମନ୍ତେ ଆମ୍ଭମାନଙ୍କର ପ୍ରିୟପାତ୍ର ଯେଉଁ ବର୍ଣ୍ଣବ୍ବା ଓ ପାଉଲ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମ ନିମନ୍ତେ ପ୍ରାଣପଣ କରିଅଛନ୍ତି,
26ଆମ୍ଭେମାନେ ଏକମତ ହୋଇ କେତେକ ଲୋକଙ୍କୁ ମନୋନୀତ କରି ସେମାନଙ୍କ ସହିତ ଆପଣମାନଙ୍କ ନିକଟକୁ ପଠାଇବା ଉଚିତ ମନେକଲୁ ।
27ଏଣୁ ଆମ୍ଭେମାନେ ଯିହୂଦା ଓ ଶୀଲାଙ୍କୁ ପଠାଇଲୁ, ଏମାନେ ମଧ୍ୟ ମୁଖରେ ଆପଣମାନଙ୍କୁ ସେହି ସମସ୍ତ କଥା ଜଣାଇଦେବେ ।
28କାରଣ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ପ୍ରସାଦ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଓ ପରଦାରରୁ ପୃଥକ୍ ରହିବା, ଏହି କେତୋଟି ଆବଶ୍ୟକୀୟ ବିଷୟ ବ୍ୟତୀତ ଆପଣମାନଙ୍କ ଉପରେ ଆଉ ଅଧିକ ଭାର ନ ଦେବାକୁ, ପବିତ୍ର ଆତ୍ମା ଓ ଆମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା;
29ଏହି ସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ । ଆପଣମାନଙ୍କର ମଙ୍ଗଳ ହେଉ ।
30ସେମାନେ ବିଦାୟ ହୋଇ ଆନ୍ତିୟଖିଅାକୁ ଆସିଲେ ଆଉ ଶିଷ୍ୟସମୂହକୁ ଏକତ୍ର କରି ପତ୍ର ଖଣ୍ଡିକ ଦେଲେ ।
31ସେମାନେ ତାହା ପାଠ କରି ଆଶ୍ୱାସନା ପାଇ ଆନନ୍ଦିତ ହେଲେ ।
32ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ ।
33ଆଉ ସେମାନେ ସେଠାରେ କେତେକ କାଳ ରହିଲା ପରେ ସେମାନଙ୍କୁ ପ୍ରେରଣ କରିଥିବା ଲୋକମାନଙ୍କ ନିକଟକୁ ବାହୁଡ଼ିଯିବାକୁ ଭାଇମାନଙ୍କଠାରୁ ଶାନ୍ତିରେ ବିଦାୟ ନେଲେ,
34(କିନ୍ତୁ ଶୀଲା ସେଠାରେ ରହିବା ଉତ୍ତମ ମନେ କଲେ ।)

Read ପ୍ରେରିତ 15ପ୍ରେରିତ 15
Compare ପ୍ରେରିତ 15:20-34ପ୍ରେରିତ 15:20-34