Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 15

ପ୍ରେରିତ 15:25-41

Help us?
Click on verse(s) to share them!
25ଏଥି ନିମନ୍ତେ ଆମ୍ଭମାନଙ୍କର ପ୍ରିୟପାତ୍ର ଯେଉଁ ବର୍ଣ୍ଣବ୍ବା ଓ ପାଉଲ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମ ନିମନ୍ତେ ପ୍ରାଣପଣ କରିଅଛନ୍ତି,
26ଆମ୍ଭେମାନେ ଏକମତ ହୋଇ କେତେକ ଲୋକଙ୍କୁ ମନୋନୀତ କରି ସେମାନଙ୍କ ସହିତ ଆପଣମାନଙ୍କ ନିକଟକୁ ପଠାଇବା ଉଚିତ ମନେକଲୁ ।
27ଏଣୁ ଆମ୍ଭେମାନେ ଯିହୂଦା ଓ ଶୀଲାଙ୍କୁ ପଠାଇଲୁ, ଏମାନେ ମଧ୍ୟ ମୁଖରେ ଆପଣମାନଙ୍କୁ ସେହି ସମସ୍ତ କଥା ଜଣାଇଦେବେ ।
28କାରଣ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ପ୍ରସାଦ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଓ ପରଦାରରୁ ପୃଥକ୍ ରହିବା, ଏହି କେତୋଟି ଆବଶ୍ୟକୀୟ ବିଷୟ ବ୍ୟତୀତ ଆପଣମାନଙ୍କ ଉପରେ ଆଉ ଅଧିକ ଭାର ନ ଦେବାକୁ, ପବିତ୍ର ଆତ୍ମା ଓ ଆମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା;
29ଏହି ସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ । ଆପଣମାନଙ୍କର ମଙ୍ଗଳ ହେଉ ।
30ସେମାନେ ବିଦାୟ ହୋଇ ଆନ୍ତିୟଖିଅାକୁ ଆସିଲେ ଆଉ ଶିଷ୍ୟସମୂହକୁ ଏକତ୍ର କରି ପତ୍ର ଖଣ୍ଡିକ ଦେଲେ ।
31ସେମାନେ ତାହା ପାଠ କରି ଆଶ୍ୱାସନା ପାଇ ଆନନ୍ଦିତ ହେଲେ ।
32ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ ।
33ଆଉ ସେମାନେ ସେଠାରେ କେତେକ କାଳ ରହିଲା ପରେ ସେମାନଙ୍କୁ ପ୍ରେରଣ କରିଥିବା ଲୋକମାନଙ୍କ ନିକଟକୁ ବାହୁଡ଼ିଯିବାକୁ ଭାଇମାନଙ୍କଠାରୁ ଶାନ୍ତିରେ ବିଦାୟ ନେଲେ,
34(କିନ୍ତୁ ଶୀଲା ସେଠାରେ ରହିବା ଉତ୍ତମ ମନେ କଲେ ।)
35ପୁଣି, ପାଉଲ ଓ ବର୍ଣ୍ଣବ୍ବା ଆନ୍ତିୟଖିଆରେ ରହି ଅନ୍ୟାନ୍ୟ ଅନେକ ଲୋକଙ୍କ ସହିତ ମଧ୍ୟ ପ୍ରଭୁଙ୍କ ବାକ୍ୟ ଶିକ୍ଷା ଦେଇ ସୁସମାଚାର ପ୍ରଚାର କରିବାକୁ ଲାଗିଲେ ।
36କେତେକ ଦିନ ପରେ ପାଉଲ ବର୍ଣ୍ଣବ୍ବାଙ୍କୁ କହିଲେ, ଆସ, ଆମ୍ଭେମାନେ ଯେଉଁ ସବୁ ନଗରରେ ପ୍ରଭୁଙ୍କର ବାକ୍ୟ ପ୍ରଚାର କରିଥିଲୁ, ସେହି ସମସ୍ତ ନଗରକୁ ଏବେ ବାହୁଡ଼ିଯାଇ ଭାଇମାନଙ୍କୁ ସାକ୍ଷାତ କରି, ସେମାନେ କିପ୍ରକାରେ ଅଛନ୍ତି ଦେଖିବା ।
37ସେଥିରେ ମାର୍କ ନାମରେ ଖ୍ୟାତ ଯୋହନଙ୍କୁ ମଧ୍ୟ ସାଙ୍ଗରେ ଘେନିଯିବା ପାଇଁ ବର୍ଣ୍ଣବ୍ବାଙ୍କର ଇଚ୍ଛା ଥିଲା,
38କିନ୍ତୁ ସେ ସେମାନଙ୍କୁ ଛାଡ଼ି ପଂଫୂଲିଆରୁ ଚାଲି ଆସିଥିଲେ ଓ ସେମାନଙ୍କ ସହିତ କାର୍ଯ୍ୟକୁ ଯାଇ ନ ଥିଲେ, ତାହାଙ୍କୁ ସାଙ୍ଗରେ ନେବାକୁ ପାଉଲ ଉଚିତ ମନେ କଲେ ନାହିଁ ।
39ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ କୁପ୍ରକୁ ଗମନ କଲେ,
40କିନ୍ତୁ ପାଉଲ ଶୀଲାଙ୍କୁ ମନୋନୀତ କରି ଭାଇମାନଙ୍କ ଦ୍ୱାରା ପ୍ରଭୁଙ୍କ ଅନୁଗ୍ରହରେ ସମର୍ପିତ ହୋଇ ପ୍ରସ୍ଥାନ କଲେ,
41ଆଉ ସେ ସିରିୟା ଓ କିଲିକିୟା ଦେଇ ଯାଉ ଯାଉ ମଣ୍ଡଳୀସମୂହଙ୍କୁ ସୁସ୍ଥିର କଲେ ।

Read ପ୍ରେରିତ 15ପ୍ରେରିତ 15
Compare ପ୍ରେରିତ 15:25-41ପ୍ରେରିତ 15:25-41