Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 15

ପ୍ରେରିତ 15:5-22

Help us?
Click on verse(s) to share them!
5କିନ୍ତୁ ଫାରୂଶୀଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୂଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ ।
6ପରେ ଏହି ବିଷୟ ଆଲୋଚନା କରିବା ନିମନ୍ତେ ପ୍ରେରିତ ଓ ପ୍ରାଚୀନମାନେ ସମବେତ ହେଲେ ।
7ଅନେକ ତର୍କବିତର୍କ ହେଲା ଉତ୍ତାରେ ପିତର ଉଠି ସେମାନଙ୍କୁ କହିଲେ, ହେ ଭାଇମାନେ, ଆପଣମାନେ ଜାଣନ୍ତି ଯେ, ମୋହର ମୁଖ ଦ୍ୱାରା ଅଣଯିହୂଦୀମାନେ ଯେପରି ସୁସମାଚାର ବାକ୍ୟ ଶୁଣି ବିଶ୍ୱାସ କରନ୍ତି, ଏଥିପାଇଁ ଅନେକ ଦିନ ପୂର୍ବେ ଈଶ୍ୱର ଆପଣମାନଙ୍କ ମଧ୍ୟରୁ ମୋତେ ମନୋନୀତ କରିଥିଲେ ।
8ଅନ୍ତର୍ଯ୍ୟାମୀ ଈଶ୍ୱର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି ।
9ଆଉ ସେ ଆମ୍ଭମାନଙ୍କ ଓ ସେମାନଙ୍କ ମଧ୍ୟରେ କୌଣସି ପ୍ରଭେଦ ନ ରଖି ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟ ଶୁଚି କରିଅଛନ୍ତି ।
10ଏଣୁ ଯେଉଁ ଯୁଆଳି ଆମ୍ଭମାନଙ୍କ ପିତୃପୁରୁଷ ଓ ଆମ୍ଭେମାନେ ବହିବାକୁ ଅକ୍ଷମ ହେଲୁ, ସେହି ଜୁଆଳି ଶିଷ୍ୟମାନଙ୍କ କାନ୍ଧରେ ଦେଇ କାହିଁକି ଆପଣମାନେ ଈଶ୍ୱରଙ୍କ ପରୀକ୍ଷା କରୁଅଛନ୍ତି ?
11କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ୱାସ କରୁଅଛୁ ।
12ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୂଦୀମାନଙ୍କ ମଧ୍ୟରେ ଈଶ୍ୱର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ ।
13ସେମାନଙ୍କ କଥା ଶେଷ ହେଲା ଉତ୍ତାରେ ଯାକୁବ ଉତ୍ତର ଦେଇ କହିଲେ, ହେ ଭାଇମାନେ ମୋହର କଥା ଶୁଣନ୍ତୁ ।
14ଈଶ୍ୱର ଆପଣା ନାମ ନିମନ୍ତେ ଅଣଯିହୂଦୀମାନଙ୍କ ମଧ୍ୟରୁ ଦଳେ ଲୋକ ଗ୍ରହଣ କରିବା ପାଇଁ କିପ୍ରକାରେ ପ୍ରଥମେ ସେମାନଙ୍କ ପ୍ରତି କୃପାଦୃଷ୍ଟି କରିଥିଲେ, ତାହା ଶିମୋନ ବର୍ଣ୍ଣନା କରିଅଛନ୍ତି ।
15ପୁଣି, ଭାବବାଦୀମାନଙ୍କର ବାକ୍ୟ ଏହା ସହିତ ମିଶୁଅଛି, ଯେପରି ଲେଖା ଅଛି,
16ଏଥିଉତ୍ତାରେ ଆମ୍ଭେ ବାହୁଡ଼ିଆସି ଦାଉଦର ପତିତ କୁଟୀର ପୁନଃନିର୍ମାଣ କରିବା, ପୁଣି, ତାହାର ଧ୍ୱଂସସ୍ଥାନସବୁ ପୁନଃନିର୍ମାଣ କରି ତାହା ପୁନଃସ୍ଥାପନ କରିବା,
17ଯେପରି ଅବଶିଷ୍ଟ ଲୋକେ ଓ ଯେ ସମସ୍ତ ଅଣଯିହୂଦୀ ଆମ୍ଭ ନାମରେ ଖ୍ୟାତ, ସେମାନେ ପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି, ସର୍ବ ସାଧନକର୍ତ୍ତା ପ୍ରଭୁ ଏହା କହନ୍ତି ।
18ପ୍ରାଚୀନ କାଳରୁ ଈଶ୍ୱର ଆପଣାର ସମସ୍ତ କର୍ମ ଜଣାଇଛନ୍ତି ।
19ଅତଏବ, ମୋହର ବିଚାର ଏହି, ଅଣଯିହୂଦୀମାନଙ୍କ ମଧ୍ୟରୁ ଯେଉଁମାନେ ଈଶ୍ୱରଙ୍କ ପ୍ରତି ଫେରନ୍ତି, ସେମାନଙ୍କୁ ଆମ୍ଭେମାନେ ଭାରଗ୍ରସ୍ତ କରିବା ନାହିଁ;
20କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ପରଦାର, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ ।
21କାରଣ ପ୍ରାଚୀନକାଳରୁ ପ୍ରତି ନଗରରେ ମୋଶାଙ୍କର ପ୍ରଚାରକମାନେ ଅଛନ୍ତି, ଯେଣୁ ପ୍ରତି ବିଶ୍ରାମବାରରେ ସମାଜଗୃହସମୂହରେ ତାହାଙ୍କ ମୋଶାଙ୍କ ବ୍ୟବସ୍ଥା ପାଠ କରାଯାଉଅଛି ।
22ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ଡଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍ ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ନିଷ୍ପତ୍ତି ନେଲେ,

Read ପ୍ରେରିତ 15ପ୍ରେରିତ 15
Compare ପ୍ରେରିତ 15:5-22ପ୍ରେରିତ 15:5-22