Text copied!
Bibles in Odia

ପ୍ରେରିତ 15:6-11 in Odia

Help us?

ପ୍ରେରିତ 15:6-11 in ଓଡିଆ ବାଇବେଲ

6 ପରେ ଏହି ବିଷୟ ଆଲୋଚନା କରିବା ନିମନ୍ତେ ପ୍ରେରିତ ଓ ପ୍ରାଚୀନମାନେ ସମବେତ ହେଲେ ।
7 ଅନେକ ତର୍କବିତର୍କ ହେଲା ଉତ୍ତାରେ ପିତର ଉଠି ସେମାନଙ୍କୁ କହିଲେ, ହେ ଭାଇମାନେ, ଆପଣମାନେ ଜାଣନ୍ତି ଯେ, ମୋହର ମୁଖ ଦ୍ୱାରା ଅଣଯିହୂଦୀମାନେ ଯେପରି ସୁସମାଚାର ବାକ୍ୟ ଶୁଣି ବିଶ୍ୱାସ କରନ୍ତି, ଏଥିପାଇଁ ଅନେକ ଦିନ ପୂର୍ବେ ଈଶ୍ୱର ଆପଣମାନଙ୍କ ମଧ୍ୟରୁ ମୋତେ ମନୋନୀତ କରିଥିଲେ ।
8 ଅନ୍ତର୍ଯ୍ୟାମୀ ଈଶ୍ୱର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି ।
9 ଆଉ ସେ ଆମ୍ଭମାନଙ୍କ ଓ ସେମାନଙ୍କ ମଧ୍ୟରେ କୌଣସି ପ୍ରଭେଦ ନ ରଖି ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟ ଶୁଚି କରିଅଛନ୍ତି ।
10 ଏଣୁ ଯେଉଁ ଯୁଆଳି ଆମ୍ଭମାନଙ୍କ ପିତୃପୁରୁଷ ଓ ଆମ୍ଭେମାନେ ବହିବାକୁ ଅକ୍ଷମ ହେଲୁ, ସେହି ଜୁଆଳି ଶିଷ୍ୟମାନଙ୍କ କାନ୍ଧରେ ଦେଇ କାହିଁକି ଆପଣମାନେ ଈଶ୍ୱରଙ୍କ ପରୀକ୍ଷା କରୁଅଛନ୍ତି ?
11 କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ୱାସ କରୁଅଛୁ ।
ପ୍ରେରିତ 15 in ଓଡିଆ ବାଇବେଲ