Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 15

ପ୍ରେରିତ 15:8-21

Help us?
Click on verse(s) to share them!
8ଅନ୍ତର୍ଯ୍ୟାମୀ ଈଶ୍ୱର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି ।
9ଆଉ ସେ ଆମ୍ଭମାନଙ୍କ ଓ ସେମାନଙ୍କ ମଧ୍ୟରେ କୌଣସି ପ୍ରଭେଦ ନ ରଖି ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟ ଶୁଚି କରିଅଛନ୍ତି ।
10ଏଣୁ ଯେଉଁ ଯୁଆଳି ଆମ୍ଭମାନଙ୍କ ପିତୃପୁରୁଷ ଓ ଆମ୍ଭେମାନେ ବହିବାକୁ ଅକ୍ଷମ ହେଲୁ, ସେହି ଜୁଆଳି ଶିଷ୍ୟମାନଙ୍କ କାନ୍ଧରେ ଦେଇ କାହିଁକି ଆପଣମାନେ ଈଶ୍ୱରଙ୍କ ପରୀକ୍ଷା କରୁଅଛନ୍ତି ?
11କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ୱାସ କରୁଅଛୁ ।
12ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୂଦୀମାନଙ୍କ ମଧ୍ୟରେ ଈଶ୍ୱର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ ।
13ସେମାନଙ୍କ କଥା ଶେଷ ହେଲା ଉତ୍ତାରେ ଯାକୁବ ଉତ୍ତର ଦେଇ କହିଲେ, ହେ ଭାଇମାନେ ମୋହର କଥା ଶୁଣନ୍ତୁ ।
14ଈଶ୍ୱର ଆପଣା ନାମ ନିମନ୍ତେ ଅଣଯିହୂଦୀମାନଙ୍କ ମଧ୍ୟରୁ ଦଳେ ଲୋକ ଗ୍ରହଣ କରିବା ପାଇଁ କିପ୍ରକାରେ ପ୍ରଥମେ ସେମାନଙ୍କ ପ୍ରତି କୃପାଦୃଷ୍ଟି କରିଥିଲେ, ତାହା ଶିମୋନ ବର୍ଣ୍ଣନା କରିଅଛନ୍ତି ।
15ପୁଣି, ଭାବବାଦୀମାନଙ୍କର ବାକ୍ୟ ଏହା ସହିତ ମିଶୁଅଛି, ଯେପରି ଲେଖା ଅଛି,
16ଏଥିଉତ୍ତାରେ ଆମ୍ଭେ ବାହୁଡ଼ିଆସି ଦାଉଦର ପତିତ କୁଟୀର ପୁନଃନିର୍ମାଣ କରିବା, ପୁଣି, ତାହାର ଧ୍ୱଂସସ୍ଥାନସବୁ ପୁନଃନିର୍ମାଣ କରି ତାହା ପୁନଃସ୍ଥାପନ କରିବା,
17ଯେପରି ଅବଶିଷ୍ଟ ଲୋକେ ଓ ଯେ ସମସ୍ତ ଅଣଯିହୂଦୀ ଆମ୍ଭ ନାମରେ ଖ୍ୟାତ, ସେମାନେ ପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି, ସର୍ବ ସାଧନକର୍ତ୍ତା ପ୍ରଭୁ ଏହା କହନ୍ତି ।
18ପ୍ରାଚୀନ କାଳରୁ ଈଶ୍ୱର ଆପଣାର ସମସ୍ତ କର୍ମ ଜଣାଇଛନ୍ତି ।
19ଅତଏବ, ମୋହର ବିଚାର ଏହି, ଅଣଯିହୂଦୀମାନଙ୍କ ମଧ୍ୟରୁ ଯେଉଁମାନେ ଈଶ୍ୱରଙ୍କ ପ୍ରତି ଫେରନ୍ତି, ସେମାନଙ୍କୁ ଆମ୍ଭେମାନେ ଭାରଗ୍ରସ୍ତ କରିବା ନାହିଁ;
20କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ପରଦାର, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ ।
21କାରଣ ପ୍ରାଚୀନକାଳରୁ ପ୍ରତି ନଗରରେ ମୋଶାଙ୍କର ପ୍ରଚାରକମାନେ ଅଛନ୍ତି, ଯେଣୁ ପ୍ରତି ବିଶ୍ରାମବାରରେ ସମାଜଗୃହସମୂହରେ ତାହାଙ୍କ ମୋଶାଙ୍କ ବ୍ୟବସ୍ଥା ପାଠ କରାଯାଉଅଛି ।

Read ପ୍ରେରିତ 15ପ୍ରେରିତ 15
Compare ପ୍ରେରିତ 15:8-21ପ୍ରେରିତ 15:8-21