Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 16

ପ୍ରେରିତ 16:13-19

Help us?
Click on verse(s) to share them!
13ବିଶ୍ରାମବାରରେ ଆମ୍ଭେମାନେ ନଗର ଦ୍ୱାରରୁ ବାହାରି ନଦୀକୂଳକୁ ଗଲୁ, ସେଠାରେ ପ୍ରାର୍ଥନାର ସ୍ଥାନ ଅଛି ବୋଲି ଆମ୍ଭେମାନେ ମନେ କରିଥିଲୁ, ଆଉ ଆମ୍ଭେମାନେ ବସି ସମବେତ ହୋଇଥିବା ମହିଳାମାନଙ୍କୁ କଥା କହିବାକୁ ଲାଗିଲୁ ।
14ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ୱରଭକ୍ତା ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ । ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି,ଏଥି ନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ ।
15ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ ।
16ଦିନେ ଆମ୍ଭେମାନେ ପ୍ରାର୍ଥନା ସ୍ଥାନକୁ ଯାଉ ଯାଉ ମନ୍ଦ ଆତ୍ମାବିଷ୍ଟ ଜଣେ ଦାସୀ ଆମ୍ଭମାନଙ୍କୁ ଭେଟିଲା, ତାହାର ଭାଗ୍ୟଗଣନା ଦ୍ୱାରା ତାହାର କର୍ତ୍ତାମାନଙ୍କର ବହୁତ ଲାଭ ହେଉଥିଲା ।
17ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ୱରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି ।
18ସେ ଅନେକ ଦିନ ପର୍ଯ୍ୟନ୍ତ ଏହା କଲା । କିନ୍ତୁ ପାଉଲ ବିରକ୍ତ ହୋଇ ବୁଲିପଡ଼ି ସେହି ଆତ୍ମାକୁ କହିଲେ, ତାହାଠାରୁ ବାହାରିଯିବାକୁ ମୁଁ ତୋତେ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଦେଉଅଛି । ଏଥିରେ ସେ ସେହି ମୁହୁର୍ତ୍ତରେ ବାହାରିଗଲା ।
19କିନ୍ତୁ ତାହାର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ ।

Read ପ୍ରେରିତ 16ପ୍ରେରିତ 16
Compare ପ୍ରେରିତ 16:13-19ପ୍ରେରିତ 16:13-19