Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 16

ପ୍ରେରିତ 16:15-22

Help us?
Click on verse(s) to share them!
15ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ ।
16ଦିନେ ଆମ୍ଭେମାନେ ପ୍ରାର୍ଥନା ସ୍ଥାନକୁ ଯାଉ ଯାଉ ମନ୍ଦ ଆତ୍ମାବିଷ୍ଟ ଜଣେ ଦାସୀ ଆମ୍ଭମାନଙ୍କୁ ଭେଟିଲା, ତାହାର ଭାଗ୍ୟଗଣନା ଦ୍ୱାରା ତାହାର କର୍ତ୍ତାମାନଙ୍କର ବହୁତ ଲାଭ ହେଉଥିଲା ।
17ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ୱରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି ।
18ସେ ଅନେକ ଦିନ ପର୍ଯ୍ୟନ୍ତ ଏହା କଲା । କିନ୍ତୁ ପାଉଲ ବିରକ୍ତ ହୋଇ ବୁଲିପଡ଼ି ସେହି ଆତ୍ମାକୁ କହିଲେ, ତାହାଠାରୁ ବାହାରିଯିବାକୁ ମୁଁ ତୋତେ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଦେଉଅଛି । ଏଥିରେ ସେ ସେହି ମୁହୁର୍ତ୍ତରେ ବାହାରିଗଲା ।
19କିନ୍ତୁ ତାହାର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ ।
20ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ,ଏହି ଲୋକଗୁଡ଼ାକ ଯିହୂଦୀ,ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି ।
21ଆମ୍ଭ ରୋମୀୟ ଲୋକମାନଙ୍କର ଯେଉଁ ସବୁ ରୀତିନୀତି ଗ୍ରହଣ ବା ପାଳନ କରିବା ବିଧିସଙ୍ଗତ ନୁହେଁ, ତାହା ଏମାନେ ପ୍ରଚାର କରୁଅଛନ୍ତି ।
22ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି, ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ ।

Read ପ୍ରେରିତ 16ପ୍ରେରିତ 16
Compare ପ୍ରେରିତ 16:15-22ପ୍ରେରିତ 16:15-22