Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 16

ପ୍ରେରିତ 16:17-24

Help us?
Click on verse(s) to share them!
17ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ୱରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି ।
18ସେ ଅନେକ ଦିନ ପର୍ଯ୍ୟନ୍ତ ଏହା କଲା । କିନ୍ତୁ ପାଉଲ ବିରକ୍ତ ହୋଇ ବୁଲିପଡ଼ି ସେହି ଆତ୍ମାକୁ କହିଲେ, ତାହାଠାରୁ ବାହାରିଯିବାକୁ ମୁଁ ତୋତେ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଦେଉଅଛି । ଏଥିରେ ସେ ସେହି ମୁହୁର୍ତ୍ତରେ ବାହାରିଗଲା ।
19କିନ୍ତୁ ତାହାର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ ।
20ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ,ଏହି ଲୋକଗୁଡ଼ାକ ଯିହୂଦୀ,ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି ।
21ଆମ୍ଭ ରୋମୀୟ ଲୋକମାନଙ୍କର ଯେଉଁ ସବୁ ରୀତିନୀତି ଗ୍ରହଣ ବା ପାଳନ କରିବା ବିଧିସଙ୍ଗତ ନୁହେଁ, ତାହା ଏମାନେ ପ୍ରଚାର କରୁଅଛନ୍ତି ।
22ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି, ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ ।
23ସେମାନେ ସେମାନଙ୍କୁ ବହୁତ ପ୍ରହାର କରାଇଲା ଉତ୍ତାରେ କାରାଗାରରେ ନିକ୍ଷେପ କରି ସେମାନଙ୍କୁ ସାବଧାନରେ ରକ୍ଷା କରିବା ନିମନ୍ତେ କାରାରକ୍ଷକଙ୍କୁ ଦୃଢ଼ ଆଜ୍ଞା ଦେଲେ ।
24ସେ ଏହି ପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ବଡ କାଠଗଣ୍ଡି ବାନ୍ଧିଦେଲେ ।

Read ପ୍ରେରିତ 16ପ୍ରେରିତ 16
Compare ପ୍ରେରିତ 16:17-24ପ୍ରେରିତ 16:17-24