Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 16

ପ୍ରେରିତ 16:2-7

Help us?
Click on verse(s) to share them!
2ଲୁସ୍ତ୍ରା ଓ ଇକନୀୟରେ ଥିବା ଭାଇମାନେ ତାଙ୍କ ସୁଖ୍ୟାତି କରୁଥିଲେ ।
3ତାଙ୍କୁ ସାଙ୍ଗରେ ନେଇଯିବାକୁ ପାଉଲ ଇଚ୍ଛା କଲେ, ଆଉ ସେହି ସବୁ ଅଞ୍ଚଳରେ ଥିବା ଯିହୂଦୀମାନଙ୍କ ହେତୁ ତାହାଙ୍କୁ ଘେନିଯାଇ ସୁନ୍ନତ କଲେ; କାରଣ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ ବୋଲି ସମସ୍ତେ ଜାଣିଥିଲେ ।
4ପୁଣି, ସେମାନେ ନଗରସମୁହ ଦେଇ ଯାଉ ଯାଉ ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ନିରୂପିତ ଆଜ୍ଞାସବୁ ପାଳନ କରିବା ନିମନ୍ତେ ସେମାନଙ୍କ ନିକଟରେ ସମର୍ପଣ କରୁଥିଲେ ।
5ଏହି ପ୍ରକାରେ ମଣ୍ଡଳୀସମୂହ ବିଶ୍ୱାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା ।
6ସେମାନେ ଆସିଆରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,
7ଆଉ ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ ।

Read ପ୍ରେରିତ 16ପ୍ରେରିତ 16
Compare ପ୍ରେରିତ 16:2-7ପ୍ରେରିତ 16:2-7