Text copied!
Bibles in Odia

ପ୍ରେରିତ 16:22-29 in Odia

Help us?

ପ୍ରେରିତ 16:22-29 in ଓଡିଆ ବାଇବେଲ

22 ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି, ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ ।
23 ସେମାନେ ସେମାନଙ୍କୁ ବହୁତ ପ୍ରହାର କରାଇଲା ଉତ୍ତାରେ କାରାଗାରରେ ନିକ୍ଷେପ କରି ସେମାନଙ୍କୁ ସାବଧାନରେ ରକ୍ଷା କରିବା ନିମନ୍ତେ କାରାରକ୍ଷକଙ୍କୁ ଦୃଢ଼ ଆଜ୍ଞା ଦେଲେ ।
24 ସେ ଏହି ପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ବଡ କାଠଗଣ୍ଡି ବାନ୍ଧିଦେଲେ ।
25 କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ ।
26 ସେତେବେଳେ ହଠାତ୍ ଏପରି ମହା ଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍‌କ୍ଷଣାତ୍ ସମସ୍ତ ଦ୍ୱାର ଖୋଲା ହୋଇଗଲା, ପୁଣି, ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା ।
27 ଏଥିରେ କାରାରକ୍ଷକ ନିଦ୍ରାରୁ ଉଠି କାରାଗାରର ଦ୍ୱାର ଖୋଲା ହେବା ଦେଖି ବନ୍ଦୀମାନେ ପଳାଇଯାଇଅଛନ୍ତି ବୋଲି ମନେ କରି, ଖଣ୍ଡା ବାହାର କରି ଆପଣାକୁ ବଧ କରିବାକୁ ଯାଉଥିଲେ ।
28 କିନ୍ତୁ ପାଉଲ ଉଚ୍ଚସ୍ୱରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ ।
29 ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ,
ପ୍ରେରିତ 16 in ଓଡିଆ ବାଇବେଲ