Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 16

ପ୍ରେରିତ 16:3-20

Help us?
Click on verse(s) to share them!
3ତାଙ୍କୁ ସାଙ୍ଗରେ ନେଇଯିବାକୁ ପାଉଲ ଇଚ୍ଛା କଲେ, ଆଉ ସେହି ସବୁ ଅଞ୍ଚଳରେ ଥିବା ଯିହୂଦୀମାନଙ୍କ ହେତୁ ତାହାଙ୍କୁ ଘେନିଯାଇ ସୁନ୍ନତ କଲେ; କାରଣ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ ବୋଲି ସମସ୍ତେ ଜାଣିଥିଲେ ।
4ପୁଣି, ସେମାନେ ନଗରସମୁହ ଦେଇ ଯାଉ ଯାଉ ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ନିରୂପିତ ଆଜ୍ଞାସବୁ ପାଳନ କରିବା ନିମନ୍ତେ ସେମାନଙ୍କ ନିକଟରେ ସମର୍ପଣ କରୁଥିଲେ ।
5ଏହି ପ୍ରକାରେ ମଣ୍ଡଳୀସମୂହ ବିଶ୍ୱାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା ।
6ସେମାନେ ଆସିଆରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,
7ଆଉ ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ ।
8ସେମାନେ ମୂସିଆ ପାଖ ଦେଇ ତ୍ରୋୟାକୁ ଆସିଲେ ।
9ଆଉ ରାତ୍ରିକାଳରେ ପାଉଲ ଗୋଟିଏ ଦର୍ଶନ ପାଇଲେ, ମାକିଦନିଆର ଜଣେ ଠିଆ ହୋଇ ତାହାଙ୍କୁ ବିନତି କରି କହୁଅଛି, ମାକିଦନିଆକୁ ପାର ହୋଇ ଆସି ଆମ୍ଭମାନଙ୍କର ଉପକାର କର ।
10ସେ ଏହି ଦର୍ଶନ ପାଇଲା ପରେ ଆମ୍ଭେମାନେ ତତ୍‌କ୍ଷଣାତ୍ ମାକିଦନିଆକୁ ଯିବା ପାଇଁ ଚେଷ୍ଟା କଲୁ, କାରଣ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାକୁ ଈଶ୍ୱର ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି ବୋଲି ଆମ୍ଭେମାନେ ବୁଝିଲୁ ।
11ତେଣୁ ତ୍ରୋୟାରୁ ଜାହାଜରେ ଆମ୍ଭେମାନେ ସଳଖ ପଥରେ ସାମଥ୍ରାକୀକୁ ଓ ପରଦିନ ନିୟାପଲିକୁ ଗଲୁ,
12ସେଠାରୁ ଫିଲିପ୍ପୀକୁ ଗଲୁ, ଏହା ମାକିଦନିଆର ସେହି ଅଞ୍ଚଳର ଏକ ପ୍ରଧାନ ନଗର, ପୁଣି, ଗୋଟିଏ ରୋମୀୟ ଉପନିବେଶ; ସେହି ନଗରରେ ଆମ୍ଭେମାନେ କେତେକ ଦିନ ରହିଲୁ ।
13ବିଶ୍ରାମବାରରେ ଆମ୍ଭେମାନେ ନଗର ଦ୍ୱାରରୁ ବାହାରି ନଦୀକୂଳକୁ ଗଲୁ, ସେଠାରେ ପ୍ରାର୍ଥନାର ସ୍ଥାନ ଅଛି ବୋଲି ଆମ୍ଭେମାନେ ମନେ କରିଥିଲୁ, ଆଉ ଆମ୍ଭେମାନେ ବସି ସମବେତ ହୋଇଥିବା ମହିଳାମାନଙ୍କୁ କଥା କହିବାକୁ ଲାଗିଲୁ ।
14ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ୱରଭକ୍ତା ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ । ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି,ଏଥି ନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ ।
15ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ ।
16ଦିନେ ଆମ୍ଭେମାନେ ପ୍ରାର୍ଥନା ସ୍ଥାନକୁ ଯାଉ ଯାଉ ମନ୍ଦ ଆତ୍ମାବିଷ୍ଟ ଜଣେ ଦାସୀ ଆମ୍ଭମାନଙ୍କୁ ଭେଟିଲା, ତାହାର ଭାଗ୍ୟଗଣନା ଦ୍ୱାରା ତାହାର କର୍ତ୍ତାମାନଙ୍କର ବହୁତ ଲାଭ ହେଉଥିଲା ।
17ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ୱରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି ।
18ସେ ଅନେକ ଦିନ ପର୍ଯ୍ୟନ୍ତ ଏହା କଲା । କିନ୍ତୁ ପାଉଲ ବିରକ୍ତ ହୋଇ ବୁଲିପଡ଼ି ସେହି ଆତ୍ମାକୁ କହିଲେ, ତାହାଠାରୁ ବାହାରିଯିବାକୁ ମୁଁ ତୋତେ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଦେଉଅଛି । ଏଥିରେ ସେ ସେହି ମୁହୁର୍ତ୍ତରେ ବାହାରିଗଲା ।
19କିନ୍ତୁ ତାହାର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ ।
20ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ,ଏହି ଲୋକଗୁଡ଼ାକ ଯିହୂଦୀ,ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି ।

Read ପ୍ରେରିତ 16ପ୍ରେରିତ 16
Compare ପ୍ରେରିତ 16:3-20ପ୍ରେରିତ 16:3-20