Text copied!
Bibles in Odia

ପ୍ରେରିତ 16:30-35 in Odia

Help us?

ପ୍ରେରିତ 16:30-35 in ଓଡିଆ ବାଇବେଲ

30 ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କ'ଣ କରିବାକୁ ହେବ ?
31 ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ ।
32 ପରେ ସେମାନେ ତାହାଙ୍କୁ ଓ ତାହାଙ୍କ ଗୃହରେ ଥିବା ସମସ୍ତଙ୍କୁ ଈଶ୍ୱରଙ୍କ ବାକ୍ୟ କହିଲେ ।
33 ଆଉ ସେ ସେମାନଙ୍କୁ ରାତ୍ରିର ସେହି ସମୟରେ ଘେନିଯାଇ ସେମାନଙ୍କ ପ୍ରହାରର କ୍ଷତସବୁ ଧୋଇଦେଲେ, ପୁଣି, ସେ ଓ ତାହାଙ୍କର ସମସ୍ତେ ସେହିକ୍ଷଣି ବାପ୍ତିଜିତ ହେଲେ ।
34 ସେଥିରେ ସେ ସେମାନଙ୍କୁ ଆପଣା ଗୃହକୁ ଘେନିଯାଇ ଖାଦ୍ୟ ପରିବେଷଣ କଲେ, ଆଉ ସମସ୍ତ ପରିବାର ସହିତ ଈଶ୍ୱରଙ୍କଠାରେ ବିଶ୍ୱାସ କରି ଅତ୍ୟନ୍ତ ଆନନ୍ଦିତ ହେଲେ ।
35 ସକାଳ ହୁଅନ୍ତେ ବିଚାରକର୍ତ୍ତାମାନେ ପଦାତିକମାନଙ୍କୁ ଏହା କହି ପଠାଇଲେ, ସେହି ଲୋକମାନଙ୍କୁ ଛାଡ଼ିଦିଅ ।
ପ୍ରେରିତ 16 in ଓଡିଆ ବାଇବେଲ