32ପରେ ସେମାନେ ତାହାଙ୍କୁ ଓ ତାହାଙ୍କ ଗୃହରେ ଥିବା ସମସ୍ତଙ୍କୁ ଈଶ୍ୱରଙ୍କ ବାକ୍ୟ କହିଲେ ।
33ଆଉ ସେ ସେମାନଙ୍କୁ ରାତ୍ରିର ସେହି ସମୟରେ ଘେନିଯାଇ ସେମାନଙ୍କ ପ୍ରହାରର କ୍ଷତସବୁ ଧୋଇଦେଲେ, ପୁଣି, ସେ ଓ ତାହାଙ୍କର ସମସ୍ତେ ସେହିକ୍ଷଣି ବାପ୍ତିଜିତ ହେଲେ ।
34ସେଥିରେ ସେ ସେମାନଙ୍କୁ ଆପଣା ଗୃହକୁ ଘେନିଯାଇ ଖାଦ୍ୟ ପରିବେଷଣ କଲେ, ଆଉ ସମସ୍ତ ପରିବାର ସହିତ ଈଶ୍ୱରଙ୍କଠାରେ ବିଶ୍ୱାସ କରି ଅତ୍ୟନ୍ତ ଆନନ୍ଦିତ ହେଲେ ।
35ସକାଳ ହୁଅନ୍ତେ ବିଚାରକର୍ତ୍ତାମାନେ ପଦାତିକମାନଙ୍କୁ ଏହା କହି ପଠାଇଲେ, ସେହି ଲୋକମାନଙ୍କୁ ଛାଡ଼ିଦିଅ ।
36ଏଥିରେ କାରାରକ୍ଷକ ପାଉଲଙ୍କୁ ଏହି କଥା କହି ଜଣାଇଲେ, ଆପଣମାନଙ୍କୁ ଛାଡ଼ିଦେବା ନିମନ୍ତେ ବିଚାରକର୍ତ୍ତାମାନେ ଲୋକ ପଠାଇଅଛନ୍ତି । ଏଣୁ ଏବେ ବାହାରି ଆସି ଶାନ୍ତିରେ ଚାଲିଯାଉନ୍ତୁ ।
37କିନ୍ତୁ ପାଉଲ ସେମାନଙ୍କୁ କହିଲେ, ରୋମୀୟ ଲୋକ ଯେ ଆମ୍ଭେମାନେ,ଆମ୍ଭମାନଙ୍କର ବିଚାର ନ କରି ସେମାନେ ପ୍ରକାଶରେ ଆମ୍ଭମାନଙ୍କୁ ପ୍ରହାର କଲା ପରେ କାରାଗାରରେ ପକାଇଅଛନ୍ତି, ଆଉ ଏବେ କି ଗୋପନରେ ଆମ୍ଭମାନଙ୍କୁ ଛାଡ଼ିଦେଉଅଛନ୍ତି ? ତାହା ହେବ ନାହିଁ, ମାତ୍ର ସେମାନେ ନିଜେ ଆସି ଆମ୍ଭମାନଙ୍କୁ ବାହାରକୁ ଘେନିଯାଉନ୍ତୁ ।
38ସେଥିରେ ପଦାତିକମାନେ ବିଚାରକର୍ତ୍ତାମାନଙ୍କୁ ଏହି ସମସ୍ତ କଥା ଜଣାଇଲେ, ପୁଣି, ସେମାନେ ଯେ ରୋମୀୟ ଲୋକ,ଏହା ଶୁଣି ଲୋକମାନେ ଭୟ କଲେ,
39ଆଉ ସେମାନେ ଆସି ସେମାନଙ୍କୁ ବିନତି କଲେ, ପୁଣି, ସେମାନଙ୍କୁ ବାହାର କରି ଆଣି ନଗରରୁ ବାହାରିଯିବା ନିମନ୍ତେ ସେମାନଙ୍କୁ ଅନୁରୋଧ କଲେ ।
40ସେଥିରେ ସେମାନେ କାରାଗାରରୁ ବାହାରିଯାଇ ଲୂଦିଆଙ୍କ ଗୃହରେ ପ୍ରବେଶ କଲେ, ଆଉ ଭାଇମାନଙ୍କ ସାଙ୍ଗରେ ସାକ୍ଷାତ କରି ସେମାନଙ୍କୁ ଉତ୍ସାହ ଦେଲା ଉତ୍ତାରେ ପ୍ରସ୍ଥାନ କଲେ ।