Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 16

ପ୍ରେରିତ 16:5-12

Help us?
Click on verse(s) to share them!
5ଏହି ପ୍ରକାରେ ମଣ୍ଡଳୀସମୂହ ବିଶ୍ୱାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା ।
6ସେମାନେ ଆସିଆରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,
7ଆଉ ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ ।
8ସେମାନେ ମୂସିଆ ପାଖ ଦେଇ ତ୍ରୋୟାକୁ ଆସିଲେ ।
9ଆଉ ରାତ୍ରିକାଳରେ ପାଉଲ ଗୋଟିଏ ଦର୍ଶନ ପାଇଲେ, ମାକିଦନିଆର ଜଣେ ଠିଆ ହୋଇ ତାହାଙ୍କୁ ବିନତି କରି କହୁଅଛି, ମାକିଦନିଆକୁ ପାର ହୋଇ ଆସି ଆମ୍ଭମାନଙ୍କର ଉପକାର କର ।
10ସେ ଏହି ଦର୍ଶନ ପାଇଲା ପରେ ଆମ୍ଭେମାନେ ତତ୍‌କ୍ଷଣାତ୍ ମାକିଦନିଆକୁ ଯିବା ପାଇଁ ଚେଷ୍ଟା କଲୁ, କାରଣ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାକୁ ଈଶ୍ୱର ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି ବୋଲି ଆମ୍ଭେମାନେ ବୁଝିଲୁ ।
11ତେଣୁ ତ୍ରୋୟାରୁ ଜାହାଜରେ ଆମ୍ଭେମାନେ ସଳଖ ପଥରେ ସାମଥ୍ରାକୀକୁ ଓ ପରଦିନ ନିୟାପଲିକୁ ଗଲୁ,
12ସେଠାରୁ ଫିଲିପ୍ପୀକୁ ଗଲୁ, ଏହା ମାକିଦନିଆର ସେହି ଅଞ୍ଚଳର ଏକ ପ୍ରଧାନ ନଗର, ପୁଣି, ଗୋଟିଏ ରୋମୀୟ ଉପନିବେଶ; ସେହି ନଗରରେ ଆମ୍ଭେମାନେ କେତେକ ଦିନ ରହିଲୁ ।

Read ପ୍ରେରିତ 16ପ୍ରେରିତ 16
Compare ପ୍ରେରିତ 16:5-12ପ୍ରେରିତ 16:5-12