Text copied!
Bibles in Odia

ପ୍ରେରିତ 17:17-22 in Odia

Help us?

ପ୍ରେରିତ 17:17-22 in ଓଡିଆ ବାଇବେଲ

17 ତେଣୁ ସେ ସମାଜଗୃହରେ ଯିହୂଦୀ ଓ ଯିହୂଦୀମତାବଲମ୍ବୀ ଅଣଯିହୂଦୀମାନଙ୍କ ସହିତ, ଆଉ ବଜାର ଛକରେ ପ୍ରତିଦିନ ଯେଉଁମାନଙ୍କ ସାଙ୍ଗରେ ଦେଖା ହେଉଥିଲା, ସେମାନଙ୍କୁ ଉପଦେଶ ଦେଉଥିଲେ ।
18 ସେଥିରେ ଏପିକୂୂରୀୟ ଓ ସ୍ତୋୟିକ କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କ'ଣ କହିବାକୁ ଇଚ୍ଛା କରୁଅଛ ? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ ।
19 ପରେ ସେମାନେ ତାହାଙ୍କୁ ଆରିୟପାଗକୁ ଘେନିଯାଇ କହିଲେ, ଏହି ଯେ ନୂତନ ଶିକ୍ଷା ଆପଣ ଦେଉଅଛନ୍ତି, ତାହା କ'ଣ ବୋଲି ଆମ୍ଭେମାନେ ଜାଣି ପାରିବା କି ?
20 କାରଣ ଆପଣ କେତେକ ଅଦ୍ଭୁତ ବିଷୟ ଆମ୍ଭମାନଙ୍କ କର୍ଣ୍ଣଗୋଚର କରୁଅଛନ୍ତି; ଅତଏବ ଏହି ସମସ୍ତ କଥାର ଅର୍ଥ କ'ଣ, ଆମ୍ଭେମାନେ ତାହା ଜାଣିବାକୁ ଇଚ୍ଛା କରୁ ।
21 ଆଥିନୀରେ ଲୋକ ସମସ୍ତେ ଓ ସେଠାରେ ପ୍ରବାସୀ ବିଦେଶୀୟମାନେ କେବଳ କୌଣସି ନୂତନ କଥା କହିବା ଓ ଶୁଣିବା ଛଡ଼ା ଆଉ କାହିଁରେ କାଳକ୍ଷେପଣ କରୁ ନ ଥିଲେ ।
22 ଏଥିରେ ପାଉଲ ଆରିୟପାଗର ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ହେ ଆଥିନୀର ଲୋକମାନେ , ଆପଣମାନେ ଯେ ସମସ୍ତ ବିଷୟରେ ବଡ଼ ଦେବ ଭକ୍ତ, ଏହା ମୁଁ ଦେଖୁଅଛି ।
ପ୍ରେରିତ 17 in ଓଡିଆ ବାଇବେଲ