Text copied!
Bibles in Odia

ପ୍ରେରିତ 17:3-9 in Odia

Help us?

ପ୍ରେରିତ 17:3-9 in ଓଡିଆ ବାଇବେଲ

3 ପୁଣି, ଖ୍ରୀଷ୍ଟଙ୍କର ଯେ ଦୁଃଖଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ,ଏହାର ସ୍ପଷ୍ଟ ପ୍ରମାଣ ଦେଲେ ।
4 ସେଥିରେ ସେମାନଙ୍କ ମଧ୍ୟରୁ କେତେକ ଜଣ ବିଶ୍ୱାସ କରି ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ; ପୁଣି, ଯିହୂଦୀମତାବଲମ୍ବୀ ଗ୍ରୀକ୍‌ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ଓ ଅନେକ ଭଦ୍ର ମହିଳା ସେମାନଙ୍କ ସହିତ ଯୋଗ ଦେଲେ।
5 କିନ୍ତୁ ଯିହୂଦୀମାନେ ଈର୍ଷାରେ ଜଳିଉଠି ବଜାରର କେତେକ ଦୁଷ୍ଟ ଲୋକଙ୍କୁ ସାଙ୍ଗରେ ଘେନି ଲୋକଗହଳ କରି ନଗରରେ ଗଣ୍ଡଗୋଳ ଲଗାଇଦେଲେ, ଆଉ ଯାସୋନଙ୍କ ଗୃହ ଆକ୍ରମଣ କରି ସେମାନଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ପାଇଁ ଚେଷ୍ଟା କଲେ ।
6 ମାତ୍ର ସେମାନଙ୍କୁ ନ ପାଇବାରୁ ସେମାନେ ଯାସୋନ ଓ କେତେକ ବିଶ୍ୱାସୀ ଭାଇମାନଙ୍କୁ ନଗରର ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣିଆଣି ଉଚ୍ଚସ୍ୱରରେ ଡାକି କହିଲେ, ଏ ଯେଉଁ ଲୋକଗୁଡ଼ାକ ଜଗତକୁ ଓଲଟପାଲଟ କରି ପକାଇଲେଣି, ସେମାନେ ଏଠାକୁ ମଧ୍ୟ ଆସିଅଛନ୍ତି; ସେମାନଙ୍କୁ ଯାସୋନ ଗ୍ରହଣ କରିଅଛି ।
7 ଯୀଶୁ ନାମରେ ଆଉ ଜଣେ ରାଜା ଅଛି ବୋଲି କହି ଏମାନେ ସମସ୍ତେ କାଇସରଙ୍କ ଆଜ୍ଞାର ବିରୁଦ୍ଧାଚରଣ କରୁଅଛନ୍ତି ।
8 ସେମାନଙ୍କର ଏହି କଥା ଶୁଣି ଲୋକସମୂହ ଓ ନଗରର ଶାସନକର୍ତ୍ତାମାନେ ବିଚଳିତ ହେଲେ ।
9 ପରେ ସେମାନେ ଯାସୋନ ଓ ତାହାଙ୍କ ସଙ୍ଗୀମାନଙ୍କଠାରୁ ଜାମିନ୍ ନେଇ ସେମାନଙ୍କୁ ଛାଡ଼ି ଦେଲେ ।
ପ୍ରେରିତ 17 in ଓଡିଆ ବାଇବେଲ