Text copied!
Bibles in Odia

ପ୍ରେରିତ 17:5-12 in Odia

Help us?

ପ୍ରେରିତ 17:5-12 in ଓଡିଆ ବାଇବେଲ

5 କିନ୍ତୁ ଯିହୂଦୀମାନେ ଈର୍ଷାରେ ଜଳିଉଠି ବଜାରର କେତେକ ଦୁଷ୍ଟ ଲୋକଙ୍କୁ ସାଙ୍ଗରେ ଘେନି ଲୋକଗହଳ କରି ନଗରରେ ଗଣ୍ଡଗୋଳ ଲଗାଇଦେଲେ, ଆଉ ଯାସୋନଙ୍କ ଗୃହ ଆକ୍ରମଣ କରି ସେମାନଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ପାଇଁ ଚେଷ୍ଟା କଲେ ।
6 ମାତ୍ର ସେମାନଙ୍କୁ ନ ପାଇବାରୁ ସେମାନେ ଯାସୋନ ଓ କେତେକ ବିଶ୍ୱାସୀ ଭାଇମାନଙ୍କୁ ନଗରର ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣିଆଣି ଉଚ୍ଚସ୍ୱରରେ ଡାକି କହିଲେ, ଏ ଯେଉଁ ଲୋକଗୁଡ଼ାକ ଜଗତକୁ ଓଲଟପାଲଟ କରି ପକାଇଲେଣି, ସେମାନେ ଏଠାକୁ ମଧ୍ୟ ଆସିଅଛନ୍ତି; ସେମାନଙ୍କୁ ଯାସୋନ ଗ୍ରହଣ କରିଅଛି ।
7 ଯୀଶୁ ନାମରେ ଆଉ ଜଣେ ରାଜା ଅଛି ବୋଲି କହି ଏମାନେ ସମସ୍ତେ କାଇସରଙ୍କ ଆଜ୍ଞାର ବିରୁଦ୍ଧାଚରଣ କରୁଅଛନ୍ତି ।
8 ସେମାନଙ୍କର ଏହି କଥା ଶୁଣି ଲୋକସମୂହ ଓ ନଗରର ଶାସନକର୍ତ୍ତାମାନେ ବିଚଳିତ ହେଲେ ।
9 ପରେ ସେମାନେ ଯାସୋନ ଓ ତାହାଙ୍କ ସଙ୍ଗୀମାନଙ୍କଠାରୁ ଜାମିନ୍ ନେଇ ସେମାନଙ୍କୁ ଛାଡ଼ି ଦେଲେ ।
10 ପୁଣି, ଭାଇମାନେ ଅବିଳମ୍ବରେ ପାଉଲ ଓ ଶୀଲାଙ୍କୁ ରାତି ସମୟରେ ବେରିୟାକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୂଦୀମାନଙ୍କ ସମାଜଗୃହକୁ ଗଲେ ।
11 ଥେସଲନୀକୀରେ ଥିବା ଯିହୂଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ । ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ ।
12 ତେଣୁ ସେମାନଙ୍କ ମଧ୍ୟରୁ ଅନେକେ ଓ ଗ୍ରୀକ୍‌ମାନଙ୍କ ମଧ୍ୟରୁ ଅନେକ ସମ୍ଭ୍ରାନ୍ତ ମହିଳା ଓ ପୁରୁଷ ମଧ୍ୟ ବିଶ୍ୱାସ କଲେ ।
ପ୍ରେରିତ 17 in ଓଡିଆ ବାଇବେଲ