Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 18

ପ୍ରେରିତ 18:12-25

Help us?
Click on verse(s) to share them!
12କିନ୍ତୁ ଗାଲ୍ଲିୟୋନ୍ ଆଖାୟାର ଶାସନକର୍ତ୍ତା ଥିବା ସମୟରେ ଯିହୂଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇ ଉଠି ତାହାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,
13ଏହି ଲୋକଟା ମୋଶାଙ୍କ ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ୱରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ବାଧ୍ୟ କରେ ।
14କିନ୍ତୁ ପାଉଲ ମୁଖ ଫିଟାଇ କଥା କହିବାକୁ ଉଦ୍ୟତ ହୁଅନ୍ତେ, ଗାଲ୍ଲୀୟୋନ୍ ଯିହୂଦୀମାନଙ୍କୁ କହିଲେ, କୌଣସି ପ୍ରକାର ଅନ୍ୟାୟ ବା ଦୁଷ୍କର୍ମ ଯଦି ହୋଇଥାନ୍ତା, ତେବେ, ହେ ଯିହୂଦୀମାନେ, ଧିର ହୋଇ ତୁମ୍ଭମାନଙ୍କର କଥା ଶୁଣିବା ଯୁକ୍ତିସଙ୍ଗତ ହୋଇଥାନ୍ତା,
15ମାତ୍ର ଯଦି ଏହି ସବୁ କେବଳ ବାକ୍ୟ, ନାମ ଓ ତୁମ୍ଭମାନଙ୍କ ମୋଶାଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ଅଟେ, ତେବେ ତୁମ୍ଭେମାନେ ନିଜେ ତାହା ବୁଝ; ଆମ୍ଭେ ଏହି ସବୁ ବିଷୟରେ ବିଚାରକର୍ତ୍ତା ହେବାକୁ ଇଚ୍ଛା କରୁ ନାହୁଁ ।
16ପୁଣି, ସେ ସେମାନଙ୍କୁ ବିଚାରାସନ ସମ୍ମୁଖରୁ ତଡ଼ିଦେଲେ ।
17ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥୋନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହି ସମସ୍ତ ବିଷୟରେ ଦୃଷ୍ଟି କଲେ ନାହିଁ ।
18ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟାକୁ ଯାତ୍ରା କଲେ । ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟାରେ ଆପଣା ମସ୍ତକ ମୁଣ୍ଡନ କରାଇଲେ ।
19ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୂଦୀମାନଙ୍କୁ ଉପଦେଶ ଦେଲେ ।
20ପୁଣି, ସେମାନେ ତାହାଙ୍କୁ ଅଧିକ ସମୟ ରହିବାକୁ ଅନୁରୋଧ କରନ୍ତେ ସେ ଏକମତ ହେଲେ ନାହିଁ,
21ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ୱରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ ।
22କାଇସରିୟାରେ ପହଞ୍ଚି ସେ ଜାହାଜରୁ ଓହ୍ଲାଇଲେ, ଆଉ ଯାଇ ମଣ୍ଡଳୀକୁ ନମସ୍କାର କରି ଆନ୍ତିୟଖିଆକୁ ଚାଲିଗଲେ ।
23ସେ ସ୍ଥାନରେ କେତେକ ସମୟ ରହିଲା ପରେ ସେ ପ୍ରସ୍ଥାନ କଲେ, ପୁଣି, କ୍ରମାନ୍ୱୟେ ଗାଲାତୀୟ ଅଞ୍ଚଳ ଓ ଫ୍ରୁଗିଆ ଦେଇ ଯାତ୍ରା କରୁ କରୁ ଶିଷ୍ୟସମସ୍ତଙ୍କୁ ସୁସ୍ଥିର କରୁଥିଲେ ।
24ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୂଦୀ ଏଫିସକୁ ଆସିଲେ, ତାହାଙ୍କର ଜନ୍ମସ୍ଥାନ ଆଲେକ୍‌ଜାଣ୍ଡ୍ରିଆ; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ ।
25ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପ୍ରାପ୍ତ ହୋଇଥିଲେ, ପୁଣି, ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବେଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ;

Read ପ୍ରେରିତ 18ପ୍ରେରିତ 18
Compare ପ୍ରେରିତ 18:12-25ପ୍ରେରିତ 18:12-25