Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 18

ପ୍ରେରିତ 18:25-28

Help us?
Click on verse(s) to share them!
25ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପ୍ରାପ୍ତ ହୋଇଥିଲେ, ପୁଣି, ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବେଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ;
26ସେ ସମାଜଗୃହରେ ସାହସ ସହିତ କଥା କହିବାକୁ ଲାଗିଲେ । କିନ୍ତୁ ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ କଥା ଶୁଣି ତାହାଙ୍କୁ ଆପଣାମାନଙ୍କ ସାଙ୍ଗରେ ରଖି ଅଧିକ ସୂକ୍ଷ୍ମ ରୂପେ ଈଶ୍ୱରଙ୍କ ମାର୍ଗ ବିଷୟ ତାହାଙ୍କୁ ବୁଝାଇଦେଲେ ।
27ସେ ଆଖାୟା ଦେଶକୁ ଯିବା ପାଇଁ ଇଚ୍ଛା କରିବାରୁ ଭାଇମାନେ ତାହାଙ୍କୁ ଉତ୍ସାହ ଦେଇ ତାହାଙ୍କୁ ଗ୍ରହଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଲେଖିଲେ । ସେ ସେଠାରେ ଉପସ୍ଥିତ ହୋଇ, ଯେଉଁମାନେ ବିଶ୍ୱାସ କରିଥିଲେ, ଈଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ସେମାନଙ୍କର ବହୁତ ଉପକାର କଲେ,
28କାରଣ ଯୀଶୁ ଯେ ଖ୍ରୀଷ୍ଟ, ଏହା ଧର୍ମଶାସ୍ତ୍ର ଦ୍ୱାରା ପ୍ରମାଣ କରି ସେ ପ୍ରକାଶରେ ଶକ୍ତି ସହିତ ଯିହୂଦୀମାନଙ୍କର ଯୁକ୍ତିସବୁ ଖଣ୍ଡନ କରିବାକୁ ଲାଗିଲେ ।

Read ପ୍ରେରିତ 18ପ୍ରେରିତ 18
Compare ପ୍ରେରିତ 18:25-28ପ୍ରେରିତ 18:25-28