Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 18

ପ୍ରେରିତ 18:3-9

Help us?
Click on verse(s) to share them!
3ପୁଣି, ସମବ୍ୟବସାୟୀ ଥିବାରୁ ସେମାନଙ୍କ ସହିତ ବାସ କଲେ, ଆଉ ସେମାନେ କର୍ମ କରିବାକୁ ଲାଗିଲେ, କାରଣ ବ୍ୟବସାୟରେ ସେମାନେ ତମ୍ୱୁ ନିର୍ମାଣକାରୀ ଥିଲେ ।
4ପୁଣି, ପ୍ରତି ବିଶ୍ରାମବାରରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୂଦୀ ଓ ଗ୍ରୀକ୍ ମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ ।
5ଯେତେବେଳେ ଶୀଲା ଓ ତୀମଥି ମାକିଦନିଆରୁ ଆସିଲେ, ସେତେବେଳେ ପାଉଲ ବାକ୍ୟ ପ୍ରଚାରରେ ନିତାନ୍ତ ନିବିଷ୍ଟ ଥାଇ, ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯିହୂଦୀମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲେ ।
6କିନ୍ତୁ ସେମାନେ ପ୍ରତିରୋଧ ଓ ନିନ୍ଦା କରିବାରୁ ସେ ଆପଣା ବସ୍ତ୍ର ଝାଡ଼ି ସେମାନଙ୍କୁ କହିଲେ, ଆପଣମାନଙ୍କ ରକ୍ତ ଆପଣମାନଙ୍କ ମସ୍ତକ ଉପରେ ବର୍ତ୍ତୁ; ମୁଁ ନିର୍ଦ୍ଦୋଷ; ଏଣିକି ମୁଁ ଅଣଯିହୂଦୀମାନଙ୍କ ନିକଟକୁ ଯିବି ।
7ସେଥିରେ ସେ ସେ ସ୍ଥାନରୁ ପ୍ରସ୍ଥାନ କରି ତୀତସ୍ ଯୂସ୍ତ ନାମକ ଜଣେ ଈଶ୍ୱରଭକ୍ତଙ୍କ ଗୃହକୁ ଗଲେ, ତାହା ସମାଜଗୃହକୁ ଲାଗିଥିଲା ।
8କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ଏବଂ ସପରିବାର ପ୍ରଭୁଙ୍କଠାରେ ବିଶ୍ୱାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକ ଶୁଣି ବିଶ୍ୱାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ ।
9ପୁଣି, ପ୍ରଭୁ ରାତ୍ରିରେ ଦର୍ଶନ ଦ୍ୱାରା ପାଉଲଙ୍କୁ କହିଲେ, "ଭୟ କର ନାହିଁ, ନୀରବ ନ ରହି କଥା କୁହ,

Read ପ୍ରେରିତ 18ପ୍ରେରିତ 18
Compare ପ୍ରେରିତ 18:3-9ପ୍ରେରିତ 18:3-9