Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 18

ପ୍ରେରିତ 18:8-17

Help us?
Click on verse(s) to share them!
8କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ଏବଂ ସପରିବାର ପ୍ରଭୁଙ୍କଠାରେ ବିଶ୍ୱାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକ ଶୁଣି ବିଶ୍ୱାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ ।
9ପୁଣି, ପ୍ରଭୁ ରାତ୍ରିରେ ଦର୍ଶନ ଦ୍ୱାରା ପାଉଲଙ୍କୁ କହିଲେ, "ଭୟ କର ନାହିଁ, ନୀରବ ନ ରହି କଥା କୁହ,
10କାରଣ ଆମ୍ଭେ ତୁମ୍ଭ ସାଙ୍ଗରେ ଅଛୁ, କୌଣସି ଲୋକ ତୁମ୍ଭର କ୍ଷତି କରିବାକୁ ତୁମ୍ଭକୁ ଆକ୍ରମଣ କରିବ ନାହିଁ, ଯେଣୁ ଆମ୍ଭର ଅନେକ ଲୋକ ଏହି ନଗରରେ ଅଛନ୍ତି ।"
11ପୁଣି, ସେ ସେମାନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ ଶିକ୍ଷା ଦେଇ ଦେଢ଼ବର୍ଷ ସେଠାରେ ବାସ କଲେ ।
12କିନ୍ତୁ ଗାଲ୍ଲିୟୋନ୍ ଆଖାୟାର ଶାସନକର୍ତ୍ତା ଥିବା ସମୟରେ ଯିହୂଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇ ଉଠି ତାହାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,
13ଏହି ଲୋକଟା ମୋଶାଙ୍କ ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ୱରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ବାଧ୍ୟ କରେ ।
14କିନ୍ତୁ ପାଉଲ ମୁଖ ଫିଟାଇ କଥା କହିବାକୁ ଉଦ୍ୟତ ହୁଅନ୍ତେ, ଗାଲ୍ଲୀୟୋନ୍ ଯିହୂଦୀମାନଙ୍କୁ କହିଲେ, କୌଣସି ପ୍ରକାର ଅନ୍ୟାୟ ବା ଦୁଷ୍କର୍ମ ଯଦି ହୋଇଥାନ୍ତା, ତେବେ, ହେ ଯିହୂଦୀମାନେ, ଧିର ହୋଇ ତୁମ୍ଭମାନଙ୍କର କଥା ଶୁଣିବା ଯୁକ୍ତିସଙ୍ଗତ ହୋଇଥାନ୍ତା,
15ମାତ୍ର ଯଦି ଏହି ସବୁ କେବଳ ବାକ୍ୟ, ନାମ ଓ ତୁମ୍ଭମାନଙ୍କ ମୋଶାଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ଅଟେ, ତେବେ ତୁମ୍ଭେମାନେ ନିଜେ ତାହା ବୁଝ; ଆମ୍ଭେ ଏହି ସବୁ ବିଷୟରେ ବିଚାରକର୍ତ୍ତା ହେବାକୁ ଇଚ୍ଛା କରୁ ନାହୁଁ ।
16ପୁଣି, ସେ ସେମାନଙ୍କୁ ବିଚାରାସନ ସମ୍ମୁଖରୁ ତଡ଼ିଦେଲେ ।
17ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥୋନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହି ସମସ୍ତ ବିଷୟରେ ଦୃଷ୍ଟି କଲେ ନାହିଁ ।

Read ପ୍ରେରିତ 18ପ୍ରେରିତ 18
Compare ପ୍ରେରିତ 18:8-17ପ୍ରେରିତ 18:8-17