Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 19

ପ୍ରେରିତ 19:1-9

Help us?
Click on verse(s) to share them!
1ଆପଲ୍ଲ କରିନ୍ଥରେ ଥିବା ସମୟରେ ପାଉଲ ପୂର୍ବ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ ।
2ସେ ସେମାନଙ୍କୁ ପଚାରିଲେ, ବିଶ୍ୱାସ କରିବା ସମୟରେ କ'ଣ ତୁମ୍ଭେମାନେ ପବିତ୍ର ଆତ୍ମାଙ୍କୁ ପାଇଥିଲ ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନା ପବିତ୍ର ଆତ୍ମା ଯେ ଦତ୍ତ ହୋଇଅଛନ୍ତି, ତାହା ସୁଦ୍ଧା ଆମ୍ଭେମାନେ ଶୁଣିନାହୁଁ ।
3ତେଣୁ ସେ ପଚାରିଲେ, ତେବେ ତୁମ୍ଭେମାନେ କାହିଁରେ ବାପ୍ତିଜିତ ହୋଇଥିଲ ? ସେମାନେ କହିଲେ, ଯୋହନଙ୍କ ବାପ୍ତିସ୍ମରେ ।
4ସେଥିରେ ପାଉଲ କହିଲେ, ଯୋହନ ମନପରିବର୍ତ୍ତନର ବାପ୍ତିସ୍ମରେ ବାପ୍ତିସ୍ମ ଦେଇ, ତାହାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ ଅର୍ଥାତ୍ ଯୀଶୁଙ୍କଠାରେ ବିଶ୍ୱାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ ।
5ସେମାନେ ଏହା ଶୁଣି ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହେଲେ,
6ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ ।
7ସେମାନେ ସମସ୍ତେ ପ୍ରାୟ ବାର ଜଣ ପୁରୁଷ ଥିଲେ ।
8ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ୱରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ ।
9କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ ।

Read ପ୍ରେରିତ 19ପ୍ରେରିତ 19
Compare ପ୍ରେରିତ 19:1-9ପ୍ରେରିତ 19:1-9