Text copied!
Bibles in Odia

ପ୍ରେରିତ 19:10-15 in Odia

Help us?

ପ୍ରେରିତ 19:10-15 in ଓଡିଆ ବାଇବେଲ

10 ଏହିପରି ଦୁଇ ବର୍ଷ ପର୍ଯ୍ୟନ୍ତ ଚାଲିଲା; ସେଥିରେ ଆସିଆ ନିବାସୀ ଯିହୂଦୀ ଓ ଗ୍ରୀକ୍ ସମସ୍ତେ ପ୍ରଭୁଙ୍କ ବାକ୍ୟ ଶ୍ରବଣ କଲେ ।
11 ପୁଣି, ଈଶ୍ୱର ପାଉଲଙ୍କ ହସ୍ତ ଦ୍ୱାରା ଅସାମାନ୍ୟ ଅଦ୍ଭୁତ କାର୍ଯ୍ୟ ସାଧନ କରୁଥିଲେ,
12 ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣାଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦଆତ୍ମାଗୁଡ଼ାକ ବାହାରିଯାଉଥିଲେ ।
13 କିନ୍ତୁ ଭ୍ରମଣକାରୀ ଯିହୂଦୀୟ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣକୁ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ଆଦେଶ ଦେଉଅଛି ।
14 ପୁଣି, ସ୍କେବା ନାମକ ଜଣେ ଯିହୂଦୀୟ ପ୍ରଧାନ ଯାଜକଙ୍କର ସାତ ପୁତ୍ର ଏହିପରି କରୁଥିଲେ ।
15 ସେଥିରେ ମନ୍ଦଆତ୍ମା ସେମାନଙ୍କୁ ଉତ୍ତର ଦେଲା, ଆମ୍ଭେ ଯୀଶୁଙ୍କୁ ଜାଣୁ ଓ ପାଉଲଙ୍କୁ ଚିହ୍ନୁଁ; ମାତ୍ର ତୁମ୍ଭେମାନେ କିଏ ?
ପ୍ରେରିତ 19 in ଓଡିଆ ବାଇବେଲ